Posted inଭଦ୍ରକ

ସପ୍ତମ ବେତନ ପ୍ରଦାନ ନେଇ ସରକାରଙ୍କ ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭଦ୍ରକ ଅଫିସ, ୧୫।୫: ସପ୍ତମ ବେତନ ପ୍ରଦାନ ନେଇ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଆନ୍ଦୋଳନ କରାଯିବ ବୋଲି ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଶନିବାର ଅପରାହ୍ନରେ ଭଦ୍ରକ ସହର ଅପର୍ତିବିନ୍ଧାସ୍ଥିତ ଅଫିସଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କୁହାଯାଇଛି। ଓଷ୍ଟାର ରାଜ୍ୟ ସମ୍ପାଦିକା ସୁରଜିତା ନାୟକ, ଜିଲା ସମ୍ପାଦକ ପ୍ରଦୀପ୍ତ ଦାସ, ଅକ୍ଷୟ ହୋତା, ରମାକାନ୍ତ ପରିଡ଼ା ପ୍ରମୁଖ ଯୋଗଦେଇ ରାଜ୍ୟ ସରକାର ପ୍ରକାଶ କରିଥିବା ସପ୍ତମ ବେତନ ପ୍ରଦାନର ପଦ୍ଧତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଥିଲେ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷା କର୍ମଚାରୀଙ୍କୁ ଅନ୍ୟ ସରକାରୀ କର୍ମଚାରୀ ଭଳି ସପ୍ତମ ବେତନ ପ୍ରଦାନ କରିବାକୁ ସରକାର କ୍ୟାବିନେଟ୍‌ରେ ନିଷ୍ପତ୍ତି ନେଇଥିଲେ। ଗତ ଫେବୃୟାରୀ ୧୧ରେ ଏହାର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରବର୍ତ୍ତୀ ସମୟରେ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଥିଲା। ସବୁ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସପ୍ତମ ବେତନ ଦିଆ ନ ଯାଇ କେବଳ ଶତପ୍ରତିଶତ ଦରମା ପାଇଥିବା ବିଦ୍ୟାଳୟକୁ ଦିଆଯିବ ବୋଲି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ତୁରନ୍ତ ଏହା ଉପରେ ହସ୍ତକ୍ଷେପ କରନ୍ତୁ ବୋଲି ସଂଘ ଦାବି କରିଛି। ଆସନ୍ତା ୧୭ ତାରିଖ ସୁଦ୍ଧା ନିଷ୍ପତ୍ତି ନ ନେଲେ ୫୦ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ପୁନର୍ବାର ରାଜରାସ୍ତାକୁ ଓହ୍ଲାଇବେ। ଏହି ପଦ୍ଧତିରେ ଦରମା ଗ୍ରହଣ କରା ନ ଯିବା ସହ ରାଜ୍ୟର ସମସ୍ତ ଡିଇଓ ଅଫିସକୁ ଆଗାମୀ ଦିନରେ ଅଚଳ କରାଯିବ ବୋଲି ଚେତାବନୀ ଦିଆଯାଇଛି। ବୈକୁଣ୍ଠ ବିଶ୍ୱାଳ, ପର୍ଶୁରାମ ପାତ୍ର, ପ୍ରଭାତ ପାଣିଗ୍ରାହୀ, ଶଶିଶେଖର କରଶର୍ମା, କମଳାକାନ୍ତ ନାୟକ, ହେମନ୍ତ ସୂତାର ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି।...

ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ବିଷ୍ଣୁ ସେଠୀ: ମୁଖ୍ୟମନ୍ତ୍ରୀ

ତିହିଡ଼ି,୧୯ା୯: ପୂର୍ବତନ ବିଧାୟକ ବିଷ୍ଣୁ ସେଠୀ ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ। ତାଙ୍କ ଉଦ୍ୟମରେ କାନ୍ତକବିଙ୍କ ଲିଖିତ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତର...

ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ

ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ...

ସୁଭଦ୍ରା ଫର୍ମ ଫେରସ୍ତ ମାଗିବାରୁ ଅଙ୍ଗନୱାଡି ଦିଦିଙ୍କୁ ପିଟିଲେ, ଆଉ ଏବେ….

ଚାନ୍ଦବାଲି,୧୧।୯(କିଷାନ ପାତ୍ର): ସୁଭଦ୍ରା ଫର୍ମ ଫେରସ୍ତ ମାଗିବା ଘଟଣାକୁ କେନ୍ଦ୍ରକରି ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତର ବ୍ରହ୍ମଟିକ୍ରି ଅଙ୍ଗନୱାଡି କର୍ମୀ ପ୍ରୀତିରେଖା ବଳଙ୍କୁ ମାଡ଼...

ଭଦ୍ରକରେ ଚାଞ୍ଚଲ୍ୟ: ପ୍ରସବରେ ସହାୟତା କରିଥିବା ମହିଳା ଶିଶୁ କନ୍ୟାକୁ ନେଇ ଚମ୍ପଟ

ଭଦ୍ରକ, ୧୦।୯(ସନାତନ ରାଉତ): ପିଲାଜନ୍ମରେ ସହାୟତା କଲେ। ମା’ ଛୁଆଙ୍କୁ ନେଇ ଭଦ୍ରକ ଓ ପରେ କଟକ ମେଡିକାଲ ନେଇଗଲେ। ମେଡିକାଲରୁ ଫେରିବା ବାଟରେ ନବଜାତ...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri