କଟକ ଅଫିସ,୧୯ା୧୦- ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)-୨୦୨୨ ଦ୍ୱିତୀୟ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆବେଦନ ତାରିଖ ବୃଦ୍ଧି କରାଯାଇଛି। ଆସନ୍ତା ୨୬ ତାରିଖ ୧୧ଟା ୪୪ ମିନିଟ୍ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ। ଏ ନେଇ ବୋର୍ଡ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଆବେଦନ ତାରିଖ ଗତ ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ରହିଥିଲା। ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ଉକ୍ତ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି ସମସ୍ତ ଜିଲା ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର କରାଯିବ। ୨ଟି ପେପରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ।