ଘୁଞ୍ଚିଲା ଓଟିଇଟି ପରୀକ୍ଷା, ଜାଣନ୍ତୁ କେବେ ହେବ…

କଟକ,୨୪।୭: ଘୁଞ୍ଚିଲା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷା। ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପରୀକ୍ଷା ନିମନ୍ତେ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଜୁନ ୨୪ରୁ ଜୁଲାଇ ୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଚାଲିଥିଲା।

Share