ସୁନୀତା ଓ୍ବିଲିୟମଙ୍କ ନାଁରେ ଉତ୍ସର୍ଗ ହେଲା ଓୟୁଜେ ବୈଠକ

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡୁଲୁରୀ ପାଇନବଣ ପରିସରରେ ବୁଧବାର ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ )ର ସାଧାରଣ ବୈଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁନିୟନର କନ୍ଧମାଳ ଶାଖାର ଜିଲା ସଭାପତି ସୁଜିତ କୁମାର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ୟୁନିୟନର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ। ଓୟୁଜେର ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସ୍ବତନ୍ତ୍ର ଅତିଥି ଭାବେ ବିଡିଓ ପ୍ରୀତିରଞ୍ଜନ ରଥ, ସମ୍ମାନିତ ଅତିଥି ଭାବେ ରାଜ୍ୟ ସାଧାରଣ ସମ୍ପାଦକ କମ୍ବୁପାଣି ମିଶ୍ର, ରାଜ୍ୟ ଆଇଟି କୋଅଡିନେଟର ସନ୍ତୋଷ କୁମାର ସିଂଦେଓ, ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ବରିଷ୍ଠ ଖବରଦାତା ସୁଧାଂଶୁ ପାତ୍ର, ଜିଲା ସାଧାରଣ ସମ୍ପାଦକ ଅଜିତ କୁମାର ନାୟକ, ସମ୍ପାଦକ ପ୍ରଶାନ୍ତ ବେହେରା ପ୍ରମୁଖ ମଞ୍ଚାସୀନ ରହିଥିଲେ। ସେହିପରି ନିମନ୍ତ୍ରିତ ଅତିଥିଙ୍କ ମଧ୍ୟରେ ରାଇକିଆ ସାହାରା ଅନୁଷ୍ଠାନର ସମ୍ପାଦକ ସୁକାନ୍ତ କୁମାର ନାୟକ, ବାଲିଗୁଡ଼ାର ସୁରେନ୍ଦ୍ର ସେଠୀ, ପ୍ଳିହେରି ପଞ୍ଚାୟତ ସରପଞ୍ଚ ପାଉଲ ପ୍ରଧାନ, ସମିତିସଭ୍ୟ ଅରୁଣ କୁମାର ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଦୁର୍ଗମ ଅଞ୍ଚଳରେ ଖବରଦାତାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେବା ପ୍ରତି ସରକାର ଧ୍ୟାନ ଦେବା ଆବଶ୍ୟକ ଓ ବୀମା ରାଶି ବୃଦ୍ଧି କୁ ଗୁରୁତ୍ୱ ଦେଇ ଆଲୋଚନା ହୋଇଥିଲା। ସରକାର ଖବରଦାତାଙ୍କ ୩ଟି ଦାବିକୁ ଗୁରୁତ୍ୱ ନ ଦେଲେ ୟୁନିୟନ ଏଥିପାଇଁ ସରକାରଙ୍କ ନିକଟରେ ବାରମ୍ବାର ଦାବି ଉପସ୍ଥାପନା କରିବ ବୋଲି ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି କହିଥିଲେ। ଏହି ଅବସରରେ ମହାକାଶଯାତ୍ରୀ ସୁନୀତା ଓ୍ବିଲିୟମ ୯ ମାସ ପରେ ସୁରକ୍ଷିତ ଭାବେ ଫେରିଲେ ଏହି ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେବା ସହ ୟୁନିୟନ ଏଥିପାଇଁ ତାଙ୍କ ଫଟୋ ପୋଷ୍ଟର ଧରି ସେଲିବ୍ରେସନ କରିଥିଲା। ମୁଖ୍ୟ ଅତିଥି କହିଥିଲେ ଓୟୁଜେ ସମସ୍ତ ବୈଜ୍ଞାନିକଙ୍କୁ ସମ୍ମାନ ଜଣାଉଛି ଏହି କ୍ରମରେ ସୁନୀତାଙ୍କ ଉଦ୍ଦେଶ୍ୟରେ ସମସ୍ତେ ସେଲିବ୍ରେଶନରେ ସାମିଲ ହୋଇଥିଲେ। ଏହି ଅବସରରେ ନିମନ୍ତ୍ରିତ ଅତିଥିଙ୍କୁ କନ୍ଧମାଳ ଶାଖା ପକ୍ଷରୁ ପ୍ରଶଂସାପତ୍ର ଦେଇ ସମ୍ବର୍ଦ୍ଧନା କରାଯାଇଥିଲା ଏଥିସହ ଓୟୁଜେର ପରିଚୟପତ୍ର ବଣ୍ଟନ କରାଯାଇଥିଲା।

କାର୍ଯ୍ୟକ୍ରମରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୀତିକାର ତଥା କଣ୍ଠଶିଳ୍ପୀ ଅକ୍ଷୟ କୁମାର ପରିଚ୍ଛା ଓ ତାଙ୍କ ଦଳ ପରିବେଷଣ କରିଥିଲେ। ସ୍ବେଚ୍ଛାସେବୀ ଭାବେ ଦିଲୀପ କୁମାର ସାହୁ, ଧନେଶ୍ୱର ସାହୁ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକାରିଣୀ ସଭାପତି ଅଶୋକ କୁମାର ମହାନ୍ତି ନିମନ୍ତ୍ରିତ ଅତିଥିଙ୍କୁ ସମ୍ବର୍ଦ୍ଧିତ କାର୍ଯ୍ୟକ୍ରମରେ ପରିଚାଳନା କରିଥିଲେ। ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କୈଳାସ ଚନ୍ଦ୍ର ଦଣ୍ଡପାଟ, ସୁକାନ୍ତ ନାୟକ, ପ୍ଳିହେରି ସରପଞ୍ଚ ପାଉଲ ପ୍ରଧାନ, ସମିତିସଭ୍ୟ ଅରୁଣ ଗୌଡ଼, ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି, ବାଲିଗଡ଼ାର ଚିତ୍ର ଉତ୍ତୋଳନ ପାଇଁ ସୁରେନ୍ଦ୍ର ସେଠୀ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲା ତଥା ଜିଲା ବାହାରର ଓୟୁଜେ କର୍ମକର୍ତ୍ତା, ଖବରଦାତାମାନେ ଉପସ୍ଥିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri