Posted inଜାତୀୟ

ଆମର କୃଷି ପରମ୍ପରା ଦେଶ ଭଳି ପ୍ରାଚୀନ: ମୋଦି

ନୂଆଦିଲ୍ଲୀ,୩।୮: ଶନିବାର ଦିଲ୍ଲୀରେ ଅନୁଷ୍ଠିତ ୩୨ତମ ଆନ୍ତର୍ଜାତୀୟ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ମଧ୍ୟ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା କୃଷି ଅର୍ଥନୀତିଜ୍ଞଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ ୬୫ ବର୍ଷ ପରେ ଭାରତରେ ଏଭଳି ଏକ ସମ୍ମିଳନୀ ଆୟୋଜନ କରାଯାଉଛି, ଯାହାକୁ ଦେଖି ସେ ବହୁତ ଖୁସି ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସ୍ବାଗତ କରିଛନ୍ତି। ସେ କହିଥିଲେ ଯେ କୃଷି ସମ୍ବନ୍ଧୀୟ ଆମର ପରମ୍ପରା ଆମ ଦେଶ ଭଳି ପ୍ରାଚୀନ।

ସମସ୍ତଙ୍କୁ ସ୍ବାଗତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୬୫ବର୍ଷ ପରେ ଦେଶରେ ଏଭଳି ଏକ ଆଲୋଚନାଚକ୍ର ଆୟୋଜିତ ହୋଇଥିବାରୁ ମୁଁ ବହୁତ ଖୁସି। ଆପଣମାନେ ଏହି ବିଶ୍ୱର ବିଭିନ୍ନ ଦେଶରୁ ଏଠାକୁ ଆସିଛନ୍ତି। ମୁଁ ୧୨କୋଟି ଭାରତୀୟ କୃଷକ, ୩ କୋଟି ଭାରତୀୟ ମହିଳା କୃଷକ ଏବଂ ୩କୋଟି ମତ୍ସ୍ୟଜୀବୀଙ୍କ ତରଫରୁ ଆପଣଙ୍କୁ ସ୍ବାଗତ କରୁଛି। ଆଜି ଆପଣ ଏପରି ଏକ ଦେଶରେ ଅଛନ୍ତି ଯେଉଁଠାରେ ୫୫ କୋଟି ପ୍ରାଣୀ ବାସ କରନ୍ତି। ଆପଣ ସମସ୍ତଙ୍କୁ କୃଷି ଏବଂ ପଶୁପ୍ରେମୀ ଦେଶକୁ ସ୍ବାଗତ। ସେ ଆହୁରି ମଧ୍ୟ କହିଛନ୍ତି, ଖାଦ୍ୟ ଏବଂ କୃଷି ସମ୍ବନ୍ଧରେ ଆମର ପରମ୍ପରା ଏବଂ ଅଭିଜ୍ଞତା ଆମ ଦେଶ ଭଳି ପ୍ରାଚୀନ। ଭାରତରେ କୃଷି ପରମ୍ପରାରେ ବିଜ୍ଞାନକୁ ପ୍ରାଧାନ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri