ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବିଶ୍ୱମାନର ଶିକ୍ଷା ଦେବା ଆମ ପ୍ରତିବଦ୍ଧତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨।୯(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୃଥକ୍‌ ଭାବେ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ମୁଙ୍ଗ୍‌ ଚିଆଙ୍ଗ, ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ କିନ୍‌ଡ୍ରିଲର ସିଇଓ ମାର୍ଟିନ ସ୍କୋରିଟର ଏବଂ ଦକ୍ଷତା, ଉଦ୍ୟମିତା ଓ ଗବେଷଣା ଉପରେ କାମ କରୁଥିବା ୱାଧୱାନୀ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ରମେଶ ୱାଧ୍‌ୱାନୀଙ୍କୁ ଭେଟି ଶିକ୍ଷା ଓ ଦକ୍ଷତା ସହ ଜଡ଼ିତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।
ଏହି ବୈଠକ ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ଏବଂ ତାଙ୍କ ପ୍ରତିନିଧି ମଣ୍ଡଳୀ ସହ ଉକ୍ତ ବିଶ୍ୱବିଦ୍ୟାଳୟ ସହିତ ସମ୍ପର୍କକୁ ଆଗକୁ ବଢ଼ାଇବା ତଥା ଭାରତ ଓ ଆମେରିକା ମଧ୍ୟରେ ଶିକ୍ଷା ସମ୍ପର୍କକୁ ମଜଭୁତ କରିବା ଉପରେ ଆଲୋଚନା କରିଛନ୍ତି। ସେ କହିଛନ୍ତି, ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବିଶ୍ୱସ୍ତରୀୟ ଶିକ୍ଷା ପ୍ରଦାନ କରିବା ଦିଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ରହିଛି। ଜାତୀୟ ଶିକ୍ଷାନୀତି ଭାରତ ଓ ବିଦେଶର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକ ମଧ୍ୟରେ ସହଯୋଗ ଓ ସମନ୍ବୟ ସ୍ଥାପନ ପାଇଁ ନୂଆ ମାର୍ଗ ପ୍ରଶସ୍ତ କରିଛି। ଭାରତର ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକ ସହ ଏକାଡେମିକ୍‌ ସହଯୋଗ ସ୍ଥାପନ, ଟ୍ବିନିଂ, ଜଏଣ୍ଟ ଏବଂ ଡୁଆଲ୍‌ ଡିଗ୍ରୀ କାର୍ଯ୍ୟକ୍ରମର ବିକାଶ ସହିତ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଲମ୍ବା ଅବଧି ପାଇଁ ଇଣ୍ଟର୍ନଶିପର ସୁଯୋଗ ସୃଷ୍ଟିକରି ସେମିକଣ୍ଡକ୍ଟରରେ ଗବେଷଣା ଓ ଉଦ୍ଭାବନ କ୍ଷେତ୍ରରେ ଭାଗୀଦାରି ବୃଦ୍ଧିର ସମ୍ଭାବନା ଉପରେ ଆଲୋଚନା ହୋଇଛି। ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ କିନ୍‌ଡ୍ରିଲର ସିଇଓଙ୍କ ମଧ୍ୟରେ ବୈଷୟିକ ଜ୍ଞାନକୌଶଳର ସମସ୍ତ ଦିଗ, ବିଶେଷକରି ଏକବିଂଶ ଶତାବ୍ଦୀର ଶିକ୍ଷା ଉପରେ ପ୍ରଯୁକ୍ତିବିଦ୍ୟା ଶିକ୍ଷାର ଭୂମିକା ଉପରେ ଫଳପ୍ରଦ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି। ଏହାବ୍ୟତୀତ ରମେଶ ୱାଧ୍‌ୱାନୀଙ୍କ ସହ ଅନୁଷ୍ଠିତ ପୃଥକ୍‌ ବୈଠକରେ କେନ୍ଦ୍ରମନ୍ତ୍ରୀ ଦକ୍ଷତା, ଉଦ୍ୟମିତା, ଗବେଷଣା, ଉଦ୍ଭାବନ ଏବଂ ଡିଜିଟାଲ ପରିବର୍ତ୍ତନ କ୍ଷେତ୍ରରେ ୱାଧ୍‌ୱାନୀ ଫାଉଣ୍ଡେଶନର ସଫଳତା ଉପରେ ଅବଗତ ହୋଇ ଖୁସି ବ୍ୟକ୍ତ କରିଛନ୍ତି। ବୃହତ୍‌ ନିଯୁକ୍ତି ସୁଯୋଗ ସୃଷ୍ଟିକରିବା ସହ ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ତଥା ସେମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରାଇବା ଦିଗରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri