ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ ଟିକେଟ ଦେଇଛି। ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ସଂରକ୍ଷଣ ଦେବାକୁ ବିଜେଡି ଜାତୀୟ ସ୍ତରରେ ଦାବିକରି ଆସୁଛି। ଚଳିତ ବିଧାନସଭା ନିର୍ବାଚନରେ ଅଧିକ ସଂଖ୍ୟକ ମହିଳାଙ୍କୁ ପ୍ରାର୍ଥୀ କରି ଦଳ ଅନ୍ୟ ରାଜନୈତିକ ଦଳ ପାଇଁ ଉଦାହରଣ ସୃଷ୍ଟି କରିଛି। ତେବେ ମହିଳା ପ୍ରାର୍ଥୀଙ୍କ ମଧ୍ୟରେ ୧୨ ଜଣ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ସ୍ତ୍ରୀଙ୍କୁ ଟିକେଟ ମିଳିଛି।
ବାଲେଶ୍ୱର ଜିଲା ବସ୍ତା ବିଧାନସଭା ଆସନ ପାଇଁ ପୂର୍ବତନ ଏମ୍‌ପି ରବି ଜେନାଙ୍କ ସ୍ତ୍ରୀ ସୁବାସିନୀ ଜେନାଙ୍କୁ ବିଜେଡି ଟିକେଟ ଦେଇଥିବା ବେଳେ ଜଗତ୍‌ସିଂହପୁର ଜିଲା ପାରାଦୀପରୁ ବର୍ତ୍ତମାନର ବିଧାୟକ ସମ୍ବିତ ରାଉତରାୟଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତରାୟ, ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂଙ୍କ ସ୍ତ୍ରୀ ସଂଯୁକ୍ତା ସିଂ, ମୟୂରଭଞ୍ଜ ଜିଲା ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ ସ୍ତ୍ରୀ ପ୍ରୀତିଲତା କାନୁନ୍‌ଗୋ, ବଡ଼ସାହିରୁ ବିଧାୟକ ଗଣେଶ୍ୱର ପାତ୍ରଙ୍କ ସ୍ତ୍ରୀ ଅନସୂୟା ପାତ୍ର, କୋରାପୁଟ ଜିଲା ଜୟପୁରରୁ ପୂର୍ବତନ ମନ୍ତ୍ରୀ ରବି ନନ୍ଦଙ୍କ ସ୍ତ୍ରୀ ଇନ୍ଦିରା ନନ୍ଦଙ୍କୁ ବିଜେଡି ଟିକେଟ ପ୍ରଦାନ କରିଛି। ସେହିପରି ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ସଂଘମିତ୍ରା ସ୍ବାଇଁ, କଳାହାଣ୍ଡି ଜିଲା ଭବାନୀପାଟଣାରୁ ଦୁଷ୍ମନ୍ତ ନାୟକଙ୍କ ସ୍ତ୍ରୀ ଲତିକା ନାୟକ, ନବରଙ୍ଗପୁର ବିଧାୟକ ସଦାଶିବ ପଧାନୀଙ୍କ ସ୍ତ୍ରୀ କୌଶଲ୍ୟା ପଧାନୀ, ନବରଙ୍ଗପୁର ଜିଲା ଉମରକୋଟରୁ ସୁବାସ ଗଣ୍ଡଙ୍କ ସ୍ତ୍ରୀ ନବୀନା ନାୟକ ଟିକେଟ ପାଇଛନ୍ତି। ସେହିପରି ପୂର୍ବତନ ମନ୍ତ୍ରୀ ତଥା ମୟୂରଭଞ୍ଜ ଏମ୍‌ପି ପ୍ରାର୍ଥୀ ସୁଦାମ ମାର୍ଣ୍ଡିଙ୍କ ସ୍ତ୍ରୀ ରଞ୍ଜିତା ମାର୍ଣ୍ଡି ଏବଂ ରଘୁନାଥପାଲୀ ବିଧାୟକ ସୁବ୍ରତ ତରାଇଙ୍କ ସ୍ତ୍ରୀ ଅର୍ଚ୍ଚନା ରେଖା ବେହେରାଙ୍କୁ ବିଜେଡି ପ୍ରାର୍ଥୀ କରିଛି।
ସେହିପରି ରାୟଗଡ଼ାରୁ ଅନସୂୟା ମାଝିଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ବିଜେପୁରରୁ ରୀତା ସାହୁ, ଅତାବିରା ସ୍ନେହାଙ୍ଗିନୀ ଛୁରିଆ, ବିଞ୍ଝାରପୁର ପ୍ରମିଳା ମଲ୍ଲିକ, ଯାଜପୁର ସୁଜାତା ସାହୁ, ଟିଟିଲାଗଡ଼ ଟୁକୁନି ସାହୁ, କବିସୂର୍ଯ୍ୟନଗର ଲତିକା ପ୍ରଧାନ, ଝାରସୁଗୁଡ଼ା ଦୀପାଳି ଦାସ, ବ୍ରଜରାଜନଗର ଅଳକା ମହାନ୍ତ, ଫୁଲବାଣୀ ଜୟଶ୍ରୀ କହଁର, ଆସ୍କା ମଞ୍ଜୁଳା ସ୍ବାଇଁ, କେନ୍ଦୁଝର ମୀନା ମାଝି, ରାଇରଙ୍ଗପୁର ରାଇସେନ ମୁର୍ମୁ, ଲକ୍ଷ୍ମୀପୁର ପ୍ରଭୁ ଜାନୀ, ନର୍ଲା ମନୋରମା ମହାନ୍ତି, ଚିତ୍ରକୋଣ୍ଡା ଲକ୍ଷ୍ମୀପ୍ରିୟା ନାୟକ, ପଦ୍ମପୁର ବର୍ଷା ସିଂ ବରିହା, ଦେବଗଡ଼ ଅରୁନ୍ଧତୀ କୁମାରୀ ଦେବୀ, କରଞ୍ଜିଆ ବାସନ୍ତୀ ହେମ୍ବ୍ରମ, ସିମୁଳିଆ ସୁଭାଷିନୀ ସାହୁ, ରେମୁଣା ବିଦ୍ୟାସ୍ମିତା ମହାଳିକ, ବଡ଼ଚଣା ପାଇଁ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରାଯାଇଛି।
ଟିକେଟ ପାଇଥିବା ଅଳ୍ପ କେତେଜଣଙ୍କୁ ବାଦ୍‌ ଦେଲେ ଅନେକ ପ୍ରଥମ ଥର ପାଇଁ ରାଜନୈତିକ ମଇଦାନକୁ ଓହ୍ଲାଇଛନ୍ତି। କୁହାଯାଉଛି ସ୍ଥାନୀୟ ଅଞ୍ଚଳରେ ବିଧାୟକ ଭାବରେ ତୃଣମୂଳସ୍ତରରେ ଥିବା ଅସନ୍ତୋଷକୁ ଏଡ଼ାଇବା ସହ ବିରୋଧୀ ଗୋଷ୍ଠୀଙ୍କୁ ମଧ୍ୟ ଦଳ ମ୍ୟାନେଜ କରି ମହିଳା ଭୋଟ ବ୍ୟାଙ୍କ ହାତେଇବା ପାଇଁ ଦଳ ଏଭଳି ରଣନୀତି ଆପଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri