ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକା ଦିଆଯାଉଛି। ସ୍ବଦେଶୀ ଜ୍ଞାନକୌଶଳରେ ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ଟିକା ଡବଲ ଡବଲ ମ୍ୟୁଟାଣ୍ଟ୍ ଷ୍ଟ୍ରେନ୍କୁ ନଷ୍ଟ କରିବ ବୋଲି ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।