ଏଟିଏମ୍‌କୁ ଭାଙ୍ଗି ନେଇଗଲେ ୯ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା

ପୁରୁଷୋତ୍ତମପୁର,୧୭।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌କୁ ଭାଙ୍ଗି ୯ ଲକ୍ଷ ୨ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସକାଳୁ ଏଟିଏମ୍‌ଟି ଭାଙ୍ଗି ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପ୍ରିୟୁସ ରଞ୍ଜନ ଛୋଟରାୟ ଘଟଣାସ୍ଥଳରେ ପହଞ୍ଚି ପାରିପାଶର୍‌ବିକ ପରିସ୍ଥିତିକୁ ପରଖି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Share