Advertisement

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ଟିଟିଲାଗଡ଼,୫।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଗାଡ଼ି ଓଲଟି ୧୫ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ୬ ନାବାଳକ ଏବଂ ୪ ମହିଳା ରହିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଟିଟିଲାଗଡ଼ ବ୍ଲକ ଅଧୀନ ହଳଦୀ ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଲୋକ ଏକ ପିକଅପ୍‌ ଭ୍ୟାନ୍‌ ଗାଡ଼ିରେ କଳାହାଣ୍ଡି ଜିଲା ଗୁରୁଜୀମୁଣ୍ଡା ଅଞ୍ଚଳକୁ ଭୋଜି କରିବାକୁ ଯାଉଥିଲେ। ହେଲେ ପିକଅପ୍‌ ଭ୍ୟାନ୍‌ କତରକେଲା ରେଲ ଫାଟକ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକ, ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଭ୍ୟାନରୁ ୧୫ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ। ଗୁରୁତରଙ୍କୁ ଟିଟିଲାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଏନେଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share