Categories: ଜାତୀୟ

ପିକ୍‌ନିକ୍‌ ଯାଉଥିବା ବେଳେ ଓଲଟିଲା ସ୍କୁଲ୍‌ ବସ୍‌

ଡେରାଡୁନ,୧୪।୧୧: ଉତ୍ତରଖଣ୍ଡ ସୀତାରଗଞ୍ଜ ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସୋମବାର ସ୍କୁଲ୍‌ ପିଲାଙ୍କୁ ନେଇ ପିକ୍‌ନିକ୍‌ ଯାଉଥିବା ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାରେ ଜଣେ ଛାତ୍ର ଏବଂ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବସ୍‌ରେ ପ୍ରାୟ ୫୧ ଜଣ ଛାତ୍ରୀଛାତ୍ର ଥିଲେ।
ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହାସହ ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share