୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା ମାଗିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଥାନାରେ ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ.୭୩୯/୨୪) ରୁଜୁ କରିଥିଲା। ଶନିବାର ଉକ୍ତ କେନ୍ଦ୍ର ମାଲିକ ବିଜୟ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

Share