ପାନ, କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ଭୁବନେଶ୍ୱର,୧୭ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ ସବୁର ସମାଧାନ ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ, ସମବାୟ ବିଭାଗ ସଚିବ ଅରବିନ୍ଦ ଅଗ୍ରଓ୍ବାଲ ପ୍ରମୁଖ ଉପସ୍ଥିତ ଥିଲେ ।

ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁ ପାନ ଚାଷୀଙ୍କୁ ରାଜ୍ୟ ଯୋଜନାର ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ।
ପାନ ବରଜ ଥିବା ଚାଷୀମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ୍‌ ପିଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ୍‌ ପାଇଁ ସହାୟତା ମିଳିବ। ପାନଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।

ପାନପତ୍ର ବ୍ୟବସାୟରେ ଜିଏସ୍‌ଟି ଲାଗୁ ସମ୍ପର୍କରେ ଜିଏସ୍‌ଟି କମିଶନରଙ୍କଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏହା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ପାନପତ୍ର ପ୍ରକ୍ରିୟାକରଣ ୟୁନିଟ୍‌ଗୁଡିକୁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ସବ୍‌ସିଡି ଯୋଗାଇ ଦିଆଯିବ। ଏଥିପାଇଁ ଆପିକଲ ପକ୍ଷରୁ ଏକ ଡିପିଆର ପ୍ରସ୍ତୁତ କରାଯିବ।

ସେହିପରି ଗଞ୍ଜାମର କିଆଫୁଲ ଚାଷୀମାନଙ୍କୁ ମଧ୍ୟ ଜାତୀୟ ଉଦ୍ୟାନ କୃଷି ଅଧୀନରେ ପ୍ରୋତ୍ସାହନ ଦିଆଯିବ। ଉଦ୍ୟାନ କୃଷି ମିଶନର ସହାୟତା ସହିତ ରାଜ୍ୟ ବଜେଟରୁ କିଆଫୁଲ ଚାଷ ପାଇଁ ଅତିରିକ୍ତ ସହାୟତା ମଧ୍ୟ ଦିଆଯିବ। କିଆଫୁଲ ଚାଷ ସ୍ଥାନଗୁଡ଼ିକର ସାଇଣ୍ଟିଫିକ୍‌ ମ୍ୟାପିଂ କରାଯାଇ ଏହି ସହାୟତା ଦିଆଯିବ।
ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗସ୍ତ ହୋଇଥିବା କିଆଫୁଲ ଫସଲ ପାଇଁ ଗଞ୍ଜାମ ଜିଲାପାଳଙ୍କ ରିପୋର୍ଟ ଭିତ୍ତିରେ ସହାୟତା ଦିଆଯିବ। ଏଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଗଞ୍ଜାମ ଜିଲାପାଳ ମିଳିତ ଭାବେ ମୋଡାଲିଟି ପ୍ରସ୍ତୁତ କରିବେ।
ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କିଆଫୁଲ ପ୍ରକ୍ରିୟାକରଣ ୟୁନିଟ୍‌କୁ ସାମିଲ କରିବା ପାଇଁ ଯୋଜନାର ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରାଯିବ।
ଗଞ୍ଜାମ ଜିଲାରେ କିଆଫୁଲ ଚାଷକୁ ପ୍ରୋତ୍ସାହିତ ନିମନ୍ତେ ବୈଷୟିକ ସହାୟତା ଯୋଗାଇ ଦେବାକୁ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ କିମ୍ବା ଅନ୍ୟ କୌଣସି ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ସହାୟତା ନିଆଯିବ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ୮ ପୂର୍ବରୁ ସମସ୍ତଙ୍କୁ ସୁଭଦ୍ରା ପ୍ରଥମ କିସ୍ତି, ଜାଣନ୍ତୁ ପୂରା ଖବର…

ଭୁବନେଶ୍ୱର,୨୮ା୯ (ବନ୍ଦନା ସେଠୀ): ଅଦ୍ୟାବଧି ଛପାଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ‘ସୁଭଦ୍ରା’ ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭...

ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ଲଢ଼ିବା ଚର୍ଚ୍ଚା

ଭୁବନେଶ୍ୱର, ୨୮।୯(ସୁନିତ୍‌ ମିଶ୍ର):ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱଶର୍ମା ଶୁକ୍ରବାର ୨ ଘଣ୍ଟିଆ ଓଡ଼ିଶା ଗସ୍ତରେ...

ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ

ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ...

ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ

ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ...

୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌: ୪ ମୃତ

ବାଲେଶ୍ୱର, ୨୮।୯(ବାଞ୍ଛାନିଧି ଦେ): ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ...

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ...

ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ...

ପିଆଜ ବିକିଲେ ସରକାର

ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri