ପାଚିକା-ସହାୟିକାଙ୍କୁ ମିଳିଲା ଶାଢ଼ି ଭତ୍ତା ୫୦୦ ଟଙ୍କା

ଭୁବନେଶ୍ୱର, ୧୪।୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନରେ ରାଜ୍ୟର ସ୍କୁଲଗୁଡ଼ିକରେ ନିୟୋଜିତ ଥିବା ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ଶାଢ଼ି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି। ରାଜ୍ୟର ୧ ଲକ୍ଷ ୯ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ। ପାଚିକା ଓ ସହାୟିକାମାନେ ଏହି ଗୁରୁଦାୟିତ୍ୱ ବହନ କରୁଛନ୍ତି। ୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି। ସେମାନେ ମା’ ପରି ଏସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି। ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୪୭୩୦ ମିଶନ ଶକ୍ତି ଗୋଷ୍ଠୀ ଜରିଆରେ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ଚାଲିଛି। ଅନ୍ୟାନ୍ୟ ସବୁ ଦାୟିତ୍ୱ ପରି ଏହି ଦାୟିତ୍ୱ ମଧ୍ୟ ଭଲ ଭାବରେ ପାଳନ କରୁଛନ୍ତି। ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢ଼ିଚାଲିଛି। ମିଶନ ଶକ୍ତି ଜରିଆରେ ମା’ମାନଙ୍କ ସଶକ୍ତୀକରଣ ପାଇଁ ଉଦ୍ୟମ ଜାରି ରହିବ। ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ବଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି। ସେମାନେ ମଧ୍ୟାହ୍ନଭୋଜନରେ ସ୍ବଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ରାଜ୍ୟରେ ଚାଲିଥିବା ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ସ୍କୁଲଗୁଡ଼ିକରେ ଉପସ୍ଥାନ ଓ ପୁଷ୍ଟିହୀନତା ଦୂର କରିବାରେ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଅଶ୍ୱଥି ଏସ୍‌. ସ୍ବାଗତ ଭାଷଣ ଦେଇଥିବା ବେଳେ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମର ନୋଡାଲ ଅଫିସର ଧନ୍ୟବାଦ ଦେଇଥିଲେ। ସୂଚନାଯୋଗ୍ୟ, ଏଥିଯୋଗୁ ରାଜ୍ୟରେ ଥିବା ୫୦,୮୬୨ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୫.୫୦ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି। ୪୭୩୦ ମିଶନ ଶକ୍ତି ଗୋଷ୍ଠୀର ୧.୦୯ ଲକ୍ଷ ପାଚିକା ଓ ସହାୟିକାମାନେ ମଧ୍ୟାହ୍ନଭୋଜନ ପ୍ରସ୍ତୁତିରେ ସାମିଲ ଅଛନ୍ତି। ପୂର୍ବରୁ ୨୦୧୭-୧୮ରେ ସେମାନଙ୍କ ପାଇଁ ଶାଢ଼ି ଭତ୍ତା ବାବଦରେ ଜଣ ପିଛା ୨୫୦ ଟଙ୍କା ମଞ୍ଜୁର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼...

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ...

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri