ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା:  ଜାଣନ୍ତୁ କେବେଠାରୁ କରାଯିବ ପ୍ରଦାନ

ଭୁବନେଶ୍ବର,୧୩।୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଫକ୍ଷରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓ ଗୌରବ ବୃଦ୍ଧି କରିଛନ୍ତି।
ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।
Share