ପଦ୍ମପୁର ଉପନିର୍ବାଚନ: ଚାଲିଛି ଭୋଟ ଗଣତି

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆର୍‌ଏମ୍‌ସି ପରିସର ଭୋଟଗଣତି କେନ୍ଦ୍ରରେ ଏହା ଚାଲିଛି। ୧୪ ଟେବୁଲରେ ଗଣତି ଚାଲିଥିବାବେଳେ ୨୩ ରାଉଣ୍ଡରେ ଗଣତି ସରିବ। ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୦ଜଣ ଏହି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ ଆଜି ସେମାନଙ୍କ ଭାଗ୍ୟ ପରୀକ୍ଷାଫଳ ଜଣାପଡିବ।

ସୂଚନାଯୋଗ୍ୟ, ଏହି ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ।...

ବୋଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା...

ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର...

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬।୧୨: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିବା ବେଳେ ଶଙ୍ଖ...

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri