ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା ବାର୍ତ୍ତା ଦେଇ ରାଲି କରୁଥିବାବେଳେ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ସଂଗ୍ରହ ଯାନ ମାଧ୍ୟମରେ ପ୍ରଶାସନ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଭୋଟର ସଚେତନତା ଗୀତ ଦ୍ୱାରା ଭୋଟରଙ୍କୁ ସଚେତନ କରାଯାଉଛି । ସେହିପରି ମତଦାନର ମହାନପର୍ବରେ ସାମିଲ ହେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଭିଡିଓ ବାର୍ତ୍ତା ଜାରି କରାଯାଇଛି। ଉକ୍ତ ଭିଡିଓ ବାର୍ତ୍ତାରେ ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ମହାରାଜ ହୃଷୀକେଶ ଭୋଇ କଂସ ବେଶଭୂଷାରେ ସଜ୍ଜିତ ହୋଇ ସମ୍ବଲପୁରୀ ଭାଷାରେ ମିଳିମିଶି ହେମା ଯୋଟ୍‌, ସଭେ ଆସ ଦେମା ଭୋଟ୍‌ ବୋଲି ଆହ୍ବାନ କରିଛନ୍ତି । ସେହିପରି ପଦ୍ମଶ୍ରୀ ହଲଧର ନାଗଙ୍କ ମଧ୍ୟ ଏକ ଭିଡିଓ ବାର୍ତ୍ତା ଜାରି କରାଯାଇଛି। ସେଥିରେ ପଦ୍ମଶ୍ରୀ ନାଗ ଆସନ୍ତା ମେ’ ୨୦ରେ ସମସ୍ତେ ମତଦାନ କରି ଉପଯୁକ୍ତ ପ୍ରାର୍ଥୀ ବାଛିବାକୁ ଆହ୍ବାନ କରିଛନ୍ତି। ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଆଦିତ୍ୟ ଗୋୟଲ ପ୍ରଶାସନ ଦ୍ୱାରା ଆୟୋଜିତ ହେଉଥିବା ସମସ୍ତଙ୍କ ପାଖକୁ ପହଞ୍ଚାଇବା ସହିତ ଜିଲାର ସମସ୍ତ ଭୋଟର ମତଦାନର ମହାନପର୍ବରେ ସକ୍ରିୟ ଭାବେ ଅଂଶଗ୍ରହଣ ସହିତ ନିର୍ବାଚନକୁ ସଫଳ କରିବା ପାଇଁ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ...

ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାର ଜଣେ ମହିଳା ଶ୍ରମିକ ଇଟା ତିଆରି କରିବାକୁ ହାଇଦ୍ରାବାଦ ଯାଇ ସେଠାରେ ମୃତ୍ୟୁବରଣ କରିବା ପରେ ମୃତଦେହ ଘରକୁ...

କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍‌ପିଟ୍‌ ହୋଇ ୫ ଆହତ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) – ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା...

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image