ପଦ୍ମଶ୍ରୀ ମାଗୁଣି କୁଅଁର ଅସୁସ୍ଥ, ଡାକ୍ତରଖାନାରେ ହେଲେ ଭର୍ତ୍ତି

କେନ୍ଦୁଝର,୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରର ବିଶିଷ୍ଟ କଣ୍ଢେଇ ନୃତ୍ୟ ଶିଳ୍ପୀ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଆଜି ହଠାତ ଅସୁସ୍ଥ ହୋଇ ପଡିଛନ୍ତି। ତାଙ୍କୁ ତୁରନ୍ତ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ଡାକ୍ତର ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ତାଙ୍କୁ କଟକ ନିଆଯାଉଛି ବୋଲି ତାଙ୍କ ନାତି ଦେବୁନ କହିଛନ୍ତି। ବହୁ ବିଶିଷ୍ଟ ଲୋକ ଡାକ୍ତରଖାନାରେ ପହଞ୍ଚି ତାଙ୍କର ଆଶୁ କାମନା କରିଛନ୍ତି। ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକ ଡାକ୍ତରଖାନାରେ ପହଞ୍ଚି ତାଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ତାଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି।

Share