ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ନୀତି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଧନୁ ସଂକ୍ରାନ୍ତିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହେବ। ଏହି ପହିଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଦୀର୍ଘ ୧ ମାସ ଧରି ଚାଲିିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ, ବଡ଼ଝିଲି, ଝିଲି, ବଡ଼ବଡା, କାକରା, ଅମାଲୁ, ଏଣ୍ଡୁରି, ଲଡୁ ଓ ଖଇର ଚୁଳ ପରି ବିଭିନ୍ନ ଭୋଗ ଲାଗି କରାଯିବ। ପ୍ରତ୍ୟେକ ଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତର ଶୋଧ, ମହାପ୍ରଭୁଙ୍କ ମଙ୍ଗଳ ଆଳତି, ତଡପଲାଗି, ଅବକାଶ, ବେଶ ଶେଷ ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯାଏ। ପହିଲି ଭୋଗ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି।
ଚଳିତ ମାସ ୧୬ ତାରିଖରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ। ସେଥିପାଇଁ ରାତ୍ର ୨ଟାରେ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତରଶୋଧ କରାଯିବ। ମଙ୍ଗଳ ଆଳତି ୩ଟା, ରୋଷହୋମ ୩ଟା, ମଇଲମ ଓ ତଡ଼ପ ଲାଗି ୩ଟା ୩୦, ଅବକାଶ ୪ଟା, ସୂର୍ଯ୍ୟପୂଜା ୪ଟା ୪୫, ଦ୍ୱାରପାଳ ପୂଜା ୫ଟା, ବେଶ ଶେଷ ୫ଟା, ପହିଲି ଭୋଗ ଓ ଗୋପାଳବଲ୍ଲଭ ୫ଟା ୩୦ରୁ ୬ଟା, ସକାଳ ଧୂପ (କେବଳ କୋଠଭୋଗ) ୬ଟା ୩୦ରୁ ୮ଟା, ମଇଲମ ଓ ବେଶ ୮ଟା ୨୦ରୁ ୯ଟା, ଭୋଗମଣ୍ଡପ ୭ଟା ୪୫ରୁ ୯ଟା, ମଧ୍ୟାହ୍ଣ ଧୂପ (କେବଳ କୋଠଭୋଗ) ୧୦ରୁ ୧୧ଟା ୩୦, ଦ୍ୱିତୀୟ ଭୋଗମଣ୍ଡପ ୧୧ଟା ୧୫ରୁ ୧ଟା ୩୦, ଦକ୍ଷିଣୀଘର ଭୋଗ ଶେଷ ୧୨ଟା, ଦିବା ପହୁଡ଼ ୨ଟାରେ ହେବ। ସେହିପରି ଦ୍ୱାରଫିଟା ୪ଟା ୩୦, ସନ୍ଧ୍ୟା ଆଳତି ୫ଟା, ମଇଲମ ଓ ବେଶ ଅପରାହ୍ନ ୫ଟାରୁ ୬ଟା, ସନ୍ଧ୍ୟାଧୂପ ୬ଟା ୩୦ରୁ ୮ଟା, ମଇଲମ ୮ଟା ୩୦, ଚନ୍ଦନ ଲାଗି ୯ଟା, ବଡ଼ସିଂହାର ବେଶ ୧୦ଟା, ଭୋଗ ୧୦ଟା ୩୦, ଟୋପରଲାଗି ୧୦ଟା ୪୫ ଏବଂ ରାତ୍ର ପହୁଡ଼ ରାତ୍ର ୧୧ଟାରେ ଅନୁଷ୍ଠିତ ହେବା ନେଇ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ସହ ପୁରୀରେ ଥିବା ଦେବଦେବୀ ଏବଂ ବିଭିନ୍ନ ଯାଗା ଆଖଡ଼ା ପରିସରରେ ମଧ୍ୟ ପହିଲି ଭୋଗ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri