Posted inଖେଳ

ପାକିସ୍ତାନର ପୋଲ୍‌ ଖୋଲିଲା: ଭାରତଠାରୁ କିଛି ଶିଖିବାକୁ ପିସିବିକୁ ପରାମର୍ଶ ଦେଲେ ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୨୪।୯: ପାକିସ୍ତାନ କ୍ରିକେଟ ଦିନକୁ ଦିନ ତଳସ୍ତରକୁ ଯାଉଛି। ୨୦୨୪ ରେ ଅନୁଷ୍ଠିତ ଟି-୨୦ ବିଶ୍ୱକପରେ ପାକିସ୍ତାନକୁ ପ୍ରଥମ ଥର ପାଇଁ ଟୁର୍ନାମେଣ୍ଟରେ ଭାଗ ନେଉଥିବା ଆମେରିକା ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ନିକଟରେ ବାଂଲାଦେଶ ପାକିସ୍ତାନ ମାଟିରେ ଅନୁଷ୍ଠିତ ୨ ମ୍ୟାଚ ଟେଷ୍ଟ ସିରିଜରେ ପାକିସ୍ତାନକୁ ୨-୦ରେ ପରାସ୍ତ କରିଥିଲା। ଏବେ ଏହି ଖରାପ ଅବସ୍ଥା ଦେଖି ପାକିସ୍ତାନର ପୂର୍ବତନ ଉଇକେଟ କିପର କମ୍ରାନ ଆକମଲ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ପୋଲ୍‌ ଖୋଲିଛନ୍ତି।

ଅକମଲ କହିଛନ୍ତି, ପାକିସ୍ତାନ କ୍ରିକେଟ ବୋର୍ଡ ବିସିସିଆଇରୁ ଶିଖିବା ଉଚିତ୍‌। ସେମାନଙ୍କର ବୃତ୍ତିଗତତା, ସେମାନଙ୍କ ଦଳ, ଚୟନକର୍ତ୍ତା, ଅଧିନାୟକ ଏବଂ କୋଚ – ଏହିସବୁ ଦଳ ଦଳକୁ ଏକ ନମ୍ବର କରି ବିଶ୍ୱରେ ରାଜ୍‌ କରେ।

୨୧ ଅଗଷ୍ଟରୁ ୦୩ ସେପ୍ଟେମ୍ବର ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ବାଂଲାଦେଶ ପାକିସ୍ତାନ ଗସ୍ତ କରିଛି। ଏହି ଗସ୍ତ ପୂର୍ବରୁ ବାଂଲାଦେଶ ପାକିସ୍ତାନ ବିପକ୍ଷରେ କୌଣସି ଟେଷ୍ଟ ମ୍ୟାଚ ଜିତି ନ ଥିଲା, କିନ୍ତୁ ବାଂଲାଦେଶ ଦଳ ପାଇଁ ଏହି ଗସ୍ତ ଐତିହାସିକ ଥିଲା। ଏଠାରେ ସେମାନେ ନିଜ ଘରେ ଟେଷ୍ଟ ସିରିଜରେ ପାକିସ୍ତାନକୁ ୨-୦ରେ ପରାସ୍ତ କରିଥିଲେ। ଏହି ପରାଜୟ ପରେ ପାକିସ୍ତାନ ଦଳ ଉପରେ ଅନେକ ସମାଲୋଚନା କରାଯାଇଥିଲା।

ସୂଚନାଯୋଗ୍ୟ ଯେ, ପାକିସ୍ତାନ ଗସ୍ତ ପରେ ବାଂଲାଦେଶ ଦଳ ଭାରତ ଗସ୍ତରେ ଆସିଛନ୍ତି। ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚ ଚେନ୍ନାଇରେ ୧୯ ସେପ୍ଟେମ୍ବରରୁ ଖେଳାଯାଇଥିଲା। ଚେନ୍ନାଇ ଟେଷ୍ଟରେ ଆୟୋଜକ ଦଳ ଭାରତ ଭ୍ରମଣକାରୀ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ଉଭୟ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଏବଂ ଶେଷ ଟେଷ୍ଟ ସେପ୍ଟେମ୍ବରରୁ କାନପୁରରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମତ୍କାର ଅନୁଭବ, ସ୍ବପ୍ନ ସାକାର ହୋଇଛି…

ନୂଆଦିଲ୍ଲୀ, ୨୪।୯ ଭାରତୀୟ ମହିଳା ଓ ପୁରୁଷ ଦଳ ପ୍ରଥମଥର ପାଇଁ ଚେସ୍‌ ଅଲିମ୍ପିଆଡ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି। ଏଥିପାଇଁ ଦେଶର ଚେସ୍‌ ମହଲରେ...

ରୋହିତ ଶର୍ମା ହେଉଛନ୍ତି ହେଉଛନ୍ତି ୨୪ କ୍ୟାରେଟ୍‌ ସୁନା: କାହିଁକି ଏମିତି କହିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୯: ରୋହିତ ଶର୍ମା ଏବେ ଭାରତର ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ଅଛନ୍ତି। ରୋହିତ ଟି-୨୦ ବିଶ୍ୱକପ ୨୦୨୪ ଜିତିବା ପରେ ଅନ୍ତର୍ଜାତୀୟ ଟି-୨୦ରୁ...

ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ...

୯୭ ବର୍ଷର ରେକର୍ଡ ଭାଙ୍ଗିଲା: ଚେସ୍‌ ଅଲିମ୍ପିଆଡ୍‌ରେ ଭାରତ କଲା ଏମିତି କାରନାମା

ନୂଆଦିଲ୍ଲୀ,୨୩।୯: ଚେସ ଅଲିମ୍ପିଆଡ଼ରେ ଭାରତ ଇତିହାସ ସୃଷ୍ଟି କରିଛି। ୯୭ ବର୍ଷରେ ଯାହା ଘଟି ନ ଥିଲା, ଡି ଗୁକେଶ ଏବଂ ଅର୍ଜୁନ ଏରିଗାଇସିଙ୍କୁ ଭାରତ...

୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା

ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା...

କୋହଲି-ରୋହିତ ନୁହେଁ, ଚଳିତବର୍ଷ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କରିଛନ୍ତି ସର୍ବାଧିକ ରନ୍‌: ଟପ୍‌ ୩ରେ ଅଛନ୍ତି…

ନୂଆଦିଲ୍ଲୀ,୨୩।୯: ଚେନ୍ନାଇ ଟେଷ୍ଟରେ ବାଂଲାଦେଶ ବିପକ୍ଷ ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ୫୬ ରନ ସ୍କୋର କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୧୦ ରନ ସ୍କୋର...

ବିରାଟ କୋହଲିଙ୍କ ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୯: କ୍ରିକେଟ ଖେଳ ବହୁ ବର୍ଷ ପୁରୁଣା। ସମୟ ସହିତ ଖେଳ କ୍ରମାଗତ ଭାବରେ ନିଜକୁ ଉନ୍ନତ କରିଆସୁଛି। ଆଜିର ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ଆଜିର ବ୍ୟାଟ୍ସମ୍ୟାନ୍‌ମାନେ...

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri