Categories: ଜାତୀୟ

ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଭାରତୀୟ ଜେସିଓ ଶହୀଦ୍‌

ଶ୍ରୀନଗର, ୨।୯: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ବୁଧବାର ସକାଳେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ରୋଜୌରୀର କେରି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏଥିରେ ଜଣେ ଭାରତୀୟ ଜେସିଓ (ଜୁନିଅର କମିଶନଡ୍‌ ଅଫିସର) ଶହୀଦ୍‌ ହୋଇଛନ୍ତି। ଏହାପରେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟରୁ ପାକିସ୍ତାନର କଡ଼ା ଜବାବ ଦିଆଯାଇଛି। ସୂଚନାଯୋଗ୍ୟ, ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଂଘନ କରି ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର କରିଛି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦ୍ୱାରା ପ୍ରଶିକ୍ଷିତ ଆତଙ୍କବାଦୀଙ୍କୁ ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କୁହାଯାଉଛି।

Share