ପଞ୍ଚାୟତିରାଜ ଦିବସ ପାଳିତ: ୩୯ ହିତାଧିକାରୀ ପାଇଲେ ରାଶନ କାର୍ଡ

ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦିବସର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ବ୍ରହ୍ମପୁର ଏମ.ପି ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀ, ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ, କରପଡା ପଞ୍ଚାୟତ ସରପଞ୍ଚ ଫନୀନ୍ଦ୍ର ଚନ୍ଦ୍ର ଗୋସ୍ବାମୀ, ଫାସିଗୁଡା ସରପଞ୍ଚ ଗୈାରୀ ବିଷୋୟୀ, ନିମଖଣ୍ଡିପେଣ୍ଠ ସରପଞ୍ଚ ସସ୍ମିତା ରାଣୀ ଗୌଡ, ଗୋକର୍ଣ୍ଣପୁର ସରପଞ୍ଚ ଆରତୀ ଦୋରା, ବି. ତୁରୁବୁଡି ସରପଞ୍ଚ ଲିଙ୍ଗରାଜ ଦୋରା ପ୍ରମୁଖ ସଭାରେ ମଞ୍ଚାସିନ ଥିଲେ। ବ୍ଲକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ୩୬ ଜଣ ହିତାଧିକାରୀ ଏବଂ ଏନଏସିର ୩ ଜଣ ହିତାଧିକାରୀଙ୍କୁ ନୂତନ ରାଶନ କାର୍ଡ ବଣ୍ଟନ କରାଯାଇଥିଲା। ସେହିପରି ବ୍ଳକ ଅଧିନସ୍ଥ ବି. ତୁରୁବୁଡି, ଗୋକର୍ଣ୍ଣପୁର, ଫାସିଗୁଡା ଏବଂ ନିମଖଣ୍ଡିପେଣ୍ଠ ପଞ୍ଚାୟତକୁ ପଞ୍ଚାୟତର ନିଜସ୍ବ ଆୟ ସକାଶେ ଶ୍ରେଷ୍ଠ ପଞ୍ଚାୟତ ରୂପେ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମକୁ ମତ୍ସ୍ୟ ସମ୍ପଦ ବିଭାଗ ଅଧିକାରୀ ନିଖିଳ କୁମାର ମହାରଣା ସଂଯୋଜନା କରିଥିବା ବେଳେ ଜିପିଇଓ ଉମେଶ ସେଠୀ, ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରାଏ ପ୍ରମୁଖ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବ୍ଳକ ଓ ଏନଏସିର ବହୁ ଜନସାଧାରଣ ବ୍ଳକ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri