ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଓ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଧୁଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ସହ ଭୋଟ ଭିକ୍ଷା କରିଛନ୍ତି। ଏହି ଅବସରରେ କେନ୍ଦ୍ର ନେତାଙ୍କୁ ଟୁରିଷ୍ଟ ଭଳି ଓଡ଼ିଶା ଆସି ଚାଲିଯିବେ ବୋଲି ପାଣ୍ଡିଆନ କହିଛନ୍ତି। ହେଲେ ମୁଖ୍ୟମନ୍ତ୍ରୀ ଏଠି ରହିବେ ରାଜ୍ୟବାସୀଙ୍କ କଥା ଚିନ୍ତା କରିବେ ବୋଲି ପାଣ୍ଡିଆନ କହିଛନ୍ତି।

୫ବର୍ଷ ପରେ ପୁଣି ସୁଯୋଗ ଆସିଛି। ନବୀନବାବୁଙ୍କୁ ଜିତାଇବା ପାଇଁ ବିଧାୟକ ଏବଂ ସାଂସଦ ପ୍ରାର୍ଥୀଙ୍କୁ ୨୫ ତାରିଖରେ ଭୋଟ ଦେବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ ୯ରେ ଶପଥ ନେଲା ପରେ ପ୍ରଥମ ଦସ୍ତଖତରେ ସମସ୍ତ ଲୋକଙ୍କ ବିଦ୍ୟୁତ୍‌ ବିଲ ଛାଡ କରିବେ। ଏପରି କି ଜନସାଧାରଣଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କାର୍ଡ ସହ ମିଶନ ଶକ୍ତି ମହିଳାଙ୍କ ପାଇଁ ଭତ୍ତା, ଆଦିବାସୀଙ୍କ ଜଙ୍ଗଳଜାତ ଦ୍ରବ୍ୟର ଉଚିତ ମୂଲ୍ୟରେ ବିକ୍ରି, ଛାତ୍ରୀଛାତ୍ରଙ୍କୁ ଷ୍ଟାଇପେଣ୍ଡ, ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରକୁ ୨୦ କୋଟିର ଅନୁଦାନ ସହ ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ରାସ୍ତା ଓ ପୋଲକୁ ଦିଆଯାଇଥିବା ଅନୁଦାନର ବିବରଣୀ ପଢ଼ି ଜନସାଧାରଣଙ୍କୁ ଅବଗତ କରାଇଥିଲେ। ସଭା ଆରମ୍ଭରେ ବିଧାୟକ ଏବଂ ସାଂସଦ ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟଦେବାକୁ ଜନସାଧାରଣଙ୍କୁ ସେ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri