ଛାତ୍ରୀଛାତ୍ରଙ୍କୁ ସଫଳତାର ବାଟ ବତାଇଲେ ପାଣ୍ଡିଆନ

ବ୍ରହ୍ମପୁର,୩୧।୧(ତନୁଶ୍ରୀ ନାହାକ)/ଭୁବନେଶ୍ୱର(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଗଞ୍ଜାମ ଜିଲା ଗସ୍ତକରି ଜିଲାର କଲେଜ ରୂପାନ୍ତରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହିତ ବ୍ରହ୍ମପୁର ଉପକଣ୍ଠ ଆମ୍ବପୁଆ ବିବେକ ବିହାରଠାରେ ଗଞ୍ଜାମ ଜିଲାସ୍ତରୀୟ ‘ନୂଆ-ଓ’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ସଫଳତାର ବାଟ ବତାଇଛନ୍ତି। ପାଣ୍ଡିଆନ କଲେଜ ଛାତ୍ରୀଛାତ୍ରମାନଙ୍କୁ ଜୀବନରେ ସଫଳ ହେବା ନିମନ୍ତେ ୧୪ଟି ଗୁରୁମନ୍ତ୍ର ଦେଇଛନ୍ତି। ଶାରୀରିକ ଓ ମାନସିକ ସୁସ୍ଥତା ନିମନ୍ତେ ନିୟମିତ ଯୋଗ, ପ୍ରାଣାୟମ, ବ୍ୟାୟାମ କରିବା, ଗୁରୁଜନ ଓ ଅଭିଭାବକଙ୍କ ପ୍ରତି ସମ୍ମାନ, ପାଠ ସମେତ ନିଜ ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ରୁଚି ରଖିବା, କ୍ରୀଡ଼ାଭ୍ୟାସ କରିବା, ପାଠପଢ଼ା ସମୟରେ ଏକଗ୍ରତା ରକ୍ଷା କରିବାକୁ ସେ ପରାମର୍ଶ ଦେଇଥିଲେ। ଆଜି ଦେଶର ଅଧିକାଂଶ ସଫଳ ବ୍ୟକ୍ତିତ୍ୱ ବୈଜ୍ଞାନିକ ହୁଅନ୍ତୁ କିମ୍ବା ପ୍ରଶାସନିକ ଅଧିକାରୀ ପ୍ରାୟ ସରକାରୀ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର। ତେଣୁ ସରକାରୀ ସ୍କୁଲର ଛାତ୍ରୀଛାତ୍ର ନିଜକୁ ଗର୍ବ ଅନୁଭବ କରିବା ଉଚିତ। ଗଞ୍ଜାମ ଜିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୋ ନିଜର ପ୍ରିୟ ଜିଲା ବୋଲି ପାଣ୍ଡିଆନ କହିଥିଲେ। କାର୍ଯ୍ୟକ୍ରମକୁ ଜିଲାର ବିଭିନ୍ନ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଓ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରାୟ ୧୫ ହଜାର ଛାତ୍ରୀଛାତ୍ର ଆସିଥିଲେ। ୫-ଟି ଅଧ୍ୟକ୍ଷ ସେମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ଏହାପରେ ପାଣ୍ଡିଆନ ଜିଲାର କଲେଜ ରୂପାନ୍ତରଣ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି। ୧୫୬ କଲେଜରେ ସ୍ମାର୍ଟ କ୍ଲାସ୍‌ରୁମ୍‌, ଇ-ଲଇବ୍ରେରି, ବିଜ୍ଞାନ ଲାବରେଟୋରି ଇତ୍ୟାଦି ପାଇଁ ୯୨ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଆସନ୍ତା ଫେବୃଆରୀ ସୁଦ୍ଧା ଜିଲାର ସମସ୍ତ କଲେଜ ରୂପାନ୍ତରୀକରଣ କାର୍ଯ୍ୟ ଶେଷ ହେବ ବୋଲି ସେ କହିଛନ୍ତି।
ଜିଲାସ୍ତରୀୟ ‘ନୂଆ- ଓ’ କାର୍ଯ୍ୟକ୍ରମରେ ଓଲିଉଡ୍‌ କଳାକାର ବାବୁଶାନ, ଅଭିନେତ୍ରୀ ତଥା ମଡ଼େଲ ପୁପୁଲ ଭୂୟାଁଙ୍କ ସମେତ ବହୁ ସିନେତାରକା କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ମନୋରଞ୍ଜନ କରିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଉପଜିଲାପାଳ ଆଶୁତୋଷ କୁଲକର୍ନି ସି, ବିଏମ୍‌ସି କମିଶନର ଜେ. ସୋନାଲ, ଜିଲା କ୍ରୀଡ଼ା ଅଧିକାରୀ ସନ୍ତୋଷ ସାହୁ, ଦକ୍ଷିଣାଞ୍ଚଳ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ସିଦ୍ଧାର୍ଥ ଶଙ୍କର ପାଢ଼ୀ, ଦକ୍ଷିଣାଞ୍ଚଳ ଉଚ୍ଚଶିକ୍ଷା ଉପ ନିର୍ଦ୍ଦେଶକ ଡ.ସୁଶାନ୍ତ ଦାସଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ଯୋଗଦେଇଥିଲେ।
କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri