ସୁଆଣ୍ଡୋ ପରିଦର୍ଶନ କଲେ ପାଣ୍ଡିଆନ

ଭୁବନେଶ୍ୱର,ସାକ୍ଷୀଗୋପାଳ୨।୪(ସୁନିତ୍‌ ମିଶ୍ର/ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର):ପବିତ୍ର ଓଡ଼ିଶା ଦିବସ ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସୋମବାର ଓଡ଼ିଆ ଜାତିର ପୁଣ୍ୟ ଓ ସମର୍ପଣର ପୀଠ ସତ୍ୟବାଦୀ ବ୍ଲକ ସ୍ଥିତ ଗୋପବନ୍ଧୁଙ୍କ ଅନ୍ତୁଡ଼ିଶାଳ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କରିଛନ୍ତି। ସୁଆଣ୍ଡୋରେ ପହଞ୍ଚିବା ପରେ ପାଣ୍ଡିଆନ ପ୍ରଥମେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ପ୍ରଦୀପ ପ୍ରଜ୍ୱଳନ କରି ଯେଉଁ ମହାନ୍‌ ଯୁଗପୁରୁଷମାନଙ୍କ ତ୍ୟାଗ ଓ ତିତୀକ୍ଷା ଫଳରେ ବର୍ତ୍ତମାନ ଭାଷା ଭିତ୍ତିରେ ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା ସେହି ମହା ମନୀଷୀମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହି ମହାନ୍‌ ଯୁଗପୁରୁଷମାନେ ଦଶନ୍ଧି ଦଶନ୍ଧି ଧରି ଓଡ଼ିଆ ଜାତିକୁ ପ୍ରେରଣା ଦେଉଛନ୍ତି ବୋଲି ପାଣ୍ଡିଆନ ମତ ପ୍ରକାଶ କରିଛନ୍ତି।
ସୁଆଣ୍ଡୋରୁ ଫେରିବା ବାଟରେ ପାଣ୍ଡିଆନ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘର ପରିଦର୍ଶନ କରିବା ସହିତ ଗୋପବନ୍ଧୁଙ୍କ ସ୍ମୃତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଳଷିତ ଓଡ଼ିଶା ଗଠନର ସଂକଳ୍ପ ପୂଜ୍ୟପୂଜା ସହିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ନବଜାଗରଣ ପାଇଁ ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଜନ୍ମ ଓ କର୍ମଭୂମି ସୁଆଣ୍ଡୋର ବିକାଶ ପାଇଁ ରାଜ୍ୟ ସରକାର ବହୁ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଏ ଜାତି ପ୍ରତି ସମର୍ପଣ ଓ ଅସୀମ ତ୍ୟାଗକୁ ଆମର ଉତ୍ତର ପିଢ଼ି ପାଖରେ ପହଞ୍ଚାଇବା ପାଇଁ ସୁଆଣ୍ଡୋ ଗ୍ରାମର ସାମଗ୍ରିକ ବିକାଶ, ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରର ସଂରକ୍ଷଣ, ଜୀବନ ବୃତ୍ତାନ୍ତକୁ ଅତ୍ୟନ୍ତ ନିଖୁଣ ଭାବରେ ପ୍ରତିପାଦିତ କରାଯାଇପାରିଛି ା ପାଣ୍ଡିଆନ ତାଙ୍କ ଗସ୍ତ ସମୟରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଅଣନାତି ଧୀରେନ୍ଦ୍ର ନାଥ ଦାସ ଓ ରବୀନ୍ଦ୍ରନାଥ ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ସୁଆଣ୍ଡୋ ଗ୍ରାମର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଜ୍ୟ ଯୋଜନା ବୋର୍ଡର ପୂର୍ବତନ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ସୁଆଣ୍ଡୋ ଗ୍ରାମରେ ପ୍ରଭୁ ଲୋକେଶ୍ୱରଙ୍କ ମନ୍ଦିର ବେଢ଼ାରେ ରୋଷଘର, ବଳପୁରଠାରେ ପ୍ରଭୁ ବାବା ବାଲୁଙ୍କେଶ୍ୱର ପୀଠର ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ୫-ଟି ଅଧ୍ୟକ୍ଷଙ୍କୁ ଅନୁରୋଧ କରିଛନ୍ତି। ଭାଷା ଭିତ୍ତିରେ ଓଡ଼ିଶା ପ୍ରଦେଶ ଗଠନ ହେବାର ବର୍ତ୍ତମାନ ଏହି ପୁଣ୍ୟ ତିଥିରେ ମହାନ୍‌ ଯୁଗ ପୁରୁଷଙ୍କ ପ୍ରତି ସଞ୍ଜୟ ଦାସବର୍ମା ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଯୁବପିଢ଼ି ସେହି ମହାନ ସମାଜ ସଂସ୍କାରକମାନଙ୍କ ପ୍ରଦର୍ଶିତ ମାର୍ଗରେ ପ୍ରେରିତ ହେବା ପାଇଁ ଆଜିର ଦିନରେ ସଂକଳ୍ପ ନେବା ଲାଗି ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri