ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ଏତେ କୋଟି ଟଙ୍କା

ଭୁବନେଶ୍ୱର,୨୯ା୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ବିଜ୍ଞାପନରେ କେବଳ ପାଣ୍ଡିଆନଙ୍କ ଫଟୋ ପାଇଁ ୧୫ କୋଟି ୨୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଯାହାକି ସରକାରୀ ଅର୍ଥକୁ ଶ୍ରାଦ୍ଧ କରାଯାଇଥିବା ଭାଜପା ଅଭିଯୋଗ କରିଛି।

ଅନ୍ୟପକ୍ଷରେ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ବିଜେଡିର ମୁଲତବୀ ପ୍ରସ୍ତାବ ଗ୍ରହଣ ନ ହେବାରୁ ଗୃହର ମଧ୍ୟଭାଗକୁ ଆସି ବିଜେଡି ବିଧାୟକମାନେ ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମଲତବୀ ରଖିଥିଲେ।

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ପାଣ୍ଡିଆନ ହେଲିକପ୍ଟର ଯୋଗେ ବିଭିନ୍ନ ଜିଲା ଗସ୍ତ କରିଥିଲେ। ଏଥିଲାଗି ଅନେକ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ସୂଚନା ଅଧିକାର କର୍ମୀ ଏନେଇ କେତେ ଅର୍ଥ ଖର୍ଚ୍ଚ ହୋଇଛି ବୋଲି ଆର୍‌ଟିଆଇ ଜରିଆରେ ତଥ୍ୟ ମାଗିବାରୁ ତାର ହିସାବ ଚାଲିଥିବା ସରକାର ଉତ୍ତର ରଖିଛନ୍ତି, ଯାହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ନିକଟରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଏହି ଘଟଣାରେ ତଦନ୍ତ ଚାଲିଛି, କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର...

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ...

ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ; ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସକାଳୁ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା...

ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍‌ ହେବା ଘଟଣା ସାମ୍‌ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ...

କାହିଁକି ଦୁର୍ବଳ ହେଲା ଏହି ଭୟଙ୍କର ବାତ୍ୟା ‘ଦାନା’, ପାଣିପାଗ ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୫ା୧୦: ପାଣିପାଗ ବିଭାଗର ଆକଳନଠାରୁ କମ୍‌ ହୋଇଛି ବର୍ଷା ପବନ। ତେବେ ବାତ୍ୟା ଦୁର୍ବଳ ହେବା ପରେ ଏହାକୁ ନେଇ ନାନା ପ୍ରଶ୍ନ ଉଙ୍କିମାରିଛି। ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri