ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍‌ରୁ ଏପରି ହୋଇଥିବା ଜଣାପଡ଼ିଛି। ଇଣ୍ଟରସିଟି ଏକ୍ସପ୍ରେସ୍‌ ଲେଲିଗୁମ୍ମା ରାଉଳି ମଧ୍ୟରେ ଅଟକି ରହିଥିବା ବେଳେ ଭୁବନେଶ୍ବରରୁ ଜଗଦଲପୁର ଯାଉଥିବା ଲେଲିଗୁମାଠାରେ ଅଟକି ରହିଥିବା ସୂଚନାରୁ ଜଣାପଡ଼ିଛି। ଏହି ଅଞ୍ଚଳରେ ମୋବାଇଲ ନେଟ୍‌ଓ୍ବର୍କ ଠିକ୍‌ରେ କାର୍ଯ୍ୟ କରୁ ନ ଥିବାରୁ ସଠିକ୍‌ ତଥ୍ୟ ମିଳିପାରିନାହିଁ। ୩ଘଣ୍ଟାରୁ ଊର୍ଦ୍ଧ୍ୱ ହେଲାଣି ଏହି ରୁଟ୍‌ରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇପଡ଼ିଛି। ସକାଳୁ ସକାଳୁ ଏଭଳି ଘଟଣା ହୋଇଥିବାରୁ ଯାତ୍ରୀ ମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଟ୍ରେନ ଇଞ୍ଜିନକୁ ବିଦ୍ୟୁତ୍‌ ଯୋଗାଣ ନ ହେବା ଯୋଗୁ ଟ୍ରେନ୍‌ ଆଗକୁ ଆଉ ଗଡ଼ି ପାରି ନ ଥିଲା ବୋଲି ଜଣେ ରେଳବାଇ କର୍ମଚାରୀ ପ୍ରକାଶ କରିଛନ୍ତି। ବିଦ୍ୟୁତ ଲାଇନ୍‌ ସହ ଟ୍ରେନ୍‌କୁ ସଂଯୋଗ କରୁଥିବା ପେଣ୍ଟୋଗ୍ରାଫ୍‌ ଅଚଳ ହୋଇପଡ଼ିବାରୁ ଇଞ୍ଜିନ ଅଚଳ ହୋଇପଡ଼ିଥିବା ଜଣାପଡ଼ିଛି। ଓଭର ହେଡେଡ୍‌ ଇଲେକ୍ଟ୍ରିକାଲ ଇକ୍ୟୁପମେଣ୍ଟ ଜରିଆରେ ବିଦ୍ୟୁତ୍‌ ଲାଇନରୁ ଟ୍ରେନ୍‌ ଇଞ୍ଜିନକୁ ବିଦ୍ୟୁତ ଯୋଗାଉଥିବା ପେଣ୍ଟୋଗ୍ରାଫ୍‌ ଅଚଳ ହୋଇପଡ଼ିବାରୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ ହୋଇଯିବା ଫଳରେ ଏଭଳି ହୋଇଥିବା ରାୟଗଡ଼ା ଷ୍ଟେଶନ ପ୍ରବନ୍ଧକ ପ୍ରକାଶ କରିଛନ୍ତି । ରେଳବାଇ ବିଭାଗର ଟେକ୍‌ନିକାଲ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଏହାକୁ ମରାମତି କରୁଥିବା ସୂଚନାରୁ ଜଣାପଡ଼ିଛି। ଗତ କାଲି ସନ୍ଧ୍ୟାରେ ଜୟପୁର କୋରାପୁଟ ରୁଟ୍‌ରେ ଥିବା ଜରଟି ନିକଟରେ ଏକ ମାଲବାହୀ ଟ୍ରେନ୍‌ର ପେଣ୍ଟୋଗ୍ରାଫ ଅଚଳ ହେବାରୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇ ଟ୍ରେନ୍‌ ଚଳାଚଳ ବିଳମ୍ବିତ ହୋଇଥିଲା। ୧୨ ଘଣ୍ଟା ମଧ୍ୟରେ ଏହି ରୁଟ୍‌ରେ ଦୁଇ ଦୁଇଟି ଟ୍ରେନ୍‌ର ପେଣ୍ଟୋଗ୍ରାଫ୍‌ ଅଚଳ ହେବା ଘଟଣା ରେଳ ବିଭାଗକୁ ଚିନ୍ତାରେ ପକାଇବା ସହ ଯାତ୍ରୀମାନେ ଭୟଭୀତ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଏହି ରୁଟ୍‌ରେ ପେଣ୍ଟୋଗ୍ରାଫ୍‌ କାହିଁକି ଅଚଳ ହେଲା ସେନେଇ ବିଭାଗ ତରଫରୁ ତଦନ୍ତ ଚାଲିଛି ବୋଲି ରାୟଗଡ଼ା ଷ୍ଟେଶନ ପ୍ରବନ୍ଧକ ପ୍ରକାଶ କରିଛନ୍ତି। ବର୍ତ୍ତମାନ ଖବର ଲେଖିବା ବେଳକୁ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇ ନ ଥିବା ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ଯାତ୍ରା କରୁଥିବା ଯାତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri