ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ ବ୍ଲକ୍ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତର ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

ସୂଚନା ପ୍ରକାରେ ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ୧୦୮ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ଅଛନ୍ତି ମାତ୍ର ଦୁଇ ଜଣ ଶିକ୍ଷକ । ସେହି ଦୁଇ ଜଣ ଶିକ୍ଷକ ମଧ୍ୟ ନିୟମିତ ଆସୁନଥିବା ଅଭିଯୋଗ ହୋଇଛି । ପ୍ରାୟ ଦୁଇ ବର୍ଷ ହେବ ବିଦ୍ୟାଳୟରେ ଏଭଳି ସମସ୍ୟା ଲାଗିରହିଥିବା ବେଳେ ଏନେଇ ବାରମ୍ବାର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାଜନ୍ତ ପାତ୍ର ଓ ଗ୍ରାମବାସୀ କ.ନୁଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବିଡ଼ିଓଙ୍କୁ ଜଣାଇଥିଲେ ମଧ୍ୟ ଏଯାବତ୍ କୌଣସି ସୁଫଳ ମିଳିଲା ନାହଁ । ଯାହା ଫଳରେ ପିଲାଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ଗତିକରୁଛି । ଏଣୁ ଶୁକ୍ରବାର ସକାଳୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛୁ । ଯେପର୍ଯ୍ୟନ୍ତ ସ୍କୁଲରେ ଆବଶ୍ୟକ ଅନୁଯାୟୀ ଶିକ୍ଷକ ଦିଆନଯାଇଛି ସେପର୍ଯ୍ୟନ୍ତ ଆମେ ଏମିତି ଧାରଣାରେ ବସି ରହିବୁ ବୋଲି କହିଛନ୍ତି ଅଭିଭାବକ ଓ ଅଞ୍ଚଳବାସୀ ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ପୂର୍ବରୁ ତେଜୁଛି ଦାବି:ବିବାଦୀୟଙ୍କୁ ମହୋତ୍ସବରୁ ବାଦ୍‌ ଦିଆଯାଉ

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୨ମାସ ୧ସପ୍ତାହ ବାକି ରହିଲା। ଏପର୍ଯ୍ୟନ୍ତ ମହୋତ୍ସବକୁ ନେଇ ଧନୁଯାତ୍ରା କମିିଟିର ସାଧାରଣ...

ଗର୍ଜିଲେ ସ୍ବଚ୍ଛକର୍ମୀ: ମିଳିନି ୪ ମାସର ଦରମା

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛକର୍ମୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପାରିଶ୍ରମିକ ମିଳି ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର...

ରାସ୍ତାରୁ ଗଛକାଟି ସଫାକଲେ ବିଧାୟକ

ରାଜନଗର, ୨୬ା୧୦(ଭାସ୍କର ରାଉତରାୟ):ବାତ୍ୟା ଦାନା କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛି। ବାତ୍ୟାର ତାଣ୍ଡବରେ ବହୁ ଗଛ ଭାଙ୍ଗିଛି। ଶୁକ୍ରବାର ସକାଳୁ ସ୍ଥାନୀୟ...

ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri