Posted inଜାତୀୟ

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ ଘରକୁ ଯାଇ ଏହି ଦମ୍ପତିଙ୍କୁ ଆଶୀର୍ବାଦ ଦେଇଛନ୍ତି।
ଏହାର କିଛି ଫଟୋ ଏଏପି ଏମପିଙ୍କ କାର୍ଯ୍ୟାଳୟ ଦ୍ୱାରା ଶେୟାର କରାଯାଇଛି। ଶନିବାର ରାଘବ ଏବଂ ତାଙ୍କ ସ୍ତ୍ରୀ ପରିଣିତି ସେମାନଙ୍କ ବାସଭବନରେ ଏକ ବଡ଼ ପୂଜା ଆୟୋଜନ କରିଥିବାବେଳେ ଜଗଦଗୁରୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଏବଂ ପରେ ସମଗ୍ର ପରିବାରକୁ ଆଶୀର୍ବାଦ ଦେଇଥିଲେ।

ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ହେଉଛନ୍ତି ଉତ୍ତରାଖଣ୍ଡର ଜ୍ୟୋତିଷ ପୀଠର ୪୬ ତମ ଶଙ୍କରାଚାର୍ଯ୍ୟ।
ଏହାପୂର୍ବରୁ ରାଘବ, ପରିଣିତିି ସେମାନଙ୍କ ପରିବାର ସଦସ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ଏବଂ ଅନ୍ୟ ହିନ୍ଦୁ ସାଧୁମାନଙ୍କୁ ସ୍ବାଗତ କରିଥିଲେ।
ସୂଚନାଯୋଗ୍ୟ, ରାଘବ ଚଢା ଏବଂ ବଲିଉଡ ଅଭିନେତ୍ରୀ ପରିଣିତି ଚୋପ୍ରା ଗତ ବର୍ଷ ରାଜସ୍ଥାନର ଉଦୟପୁରର ଲୀଲା ପ୍ୟାଲେସ ହୋଟେଲରେ ବିବାହ କରିଥିଲେ। ସେମାନଙ୍କର ଏହି ବିବାହ ସମାରୋହରେ ଘନିଷ୍ଠ ବନ୍ଧୁ ଏବଂ ପରିବାର ଲୋକ ଯୋଗ ଦେଇଥିଲେ। ଏହା ବ୍ୟତୀତ ମନୋରଞ୍ଜନ ଶିଳ୍ପ ଏବଂ ରାଜନୀତିର ସେଲିବ୍ରିଟିମାନେ ଏଥିରେ ଯୋଗ ଦେଇଥିଲେ।
ଇନଷ୍ଟାଗ୍ରାମରେ ଏହାର ଫଟୋ ପୋଷ୍ଟ ସହିତ ଉଭୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri