Posted inଜାତୀୟ

୪ରୁ ପାର୍ଲାମେଣ୍ଟ ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୮।୧୧: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୪ରୁ ଆରମ୍ଭ ହୋଇ ୨୨ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଡିସେମ୍ବର ୨ରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ଶୀତକାଳୀନ ଅଧିବେଶନ ଉପରେ ଆଲୋଚନା କରାଯିବ। ସାଧାରଣତଃ ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଥାଏ। କିନ୍ତୁ ଏଥର ଅଧିବେଶନ ପୂର୍ବରୁ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମର ନିର୍ବାଚନ ଫଳାଫଳ ଡିସେମ୍ବର ୩ରେ ଆସିବ। ଏଭଳି ପରିସ୍ଥିତିରେ ସଂସଦରେ ଏହି ଫଳାଫଳର ପ୍ରତିଧ୍ୱନି ମଧ୍ୟ ଦେଖିବାକୁ ମିଳିବାର ଆଶା ରହିଛି। ଏହି ଅଧିବେଶନରେ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ କରିବାକୁ ଚେଷ୍ଟା କରିବେ। ନିର୍ବାଚନ ଫଳାଫଳ ଯଦି ସପକ୍ଷରେ ଆସିବ ତେବେ ସରକାର ଅଧିକ କ୍ଷମତା ପାଇବେ। ଅନ୍ୟପକ୍ଷରେ ଫଳାଫଳ ଯଦି କଂଗ୍ରେସ ସପକ୍ଷରେ ଯାଏ, ତେବେ ସଂସଦରେ ସମୀକରଣ ମଧ୍ୟ ବଦଳିପାରେ।
ମିଳିଥିବା ସୂଚନା ଅନୁସାରେ ଦେଶର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗତ ଅଗଷ୍ଟ ୧୧ରେ ଲୋକ ସଭାରେ ଆଗତ କରିଥିବା ୩ ବିଲ୍‌କୁ ଏଥର ଅଧିବେଶନରେ ଉପସ୍ଥାପନ କରାଯିବ। ଏହି ତିନୋଟି ବିଲ୍‌ ଗୃହ ସଂସଦୀୟ କମିଟି ଦ୍ୱାରା ଅନୁମୋଦନ ହୋଇସାରିଛି। ଆଇପିସି, ସିଆର୍‌ପିସି ଏବଂ ଏଭିଡେନ୍ସ ଆକ୍ଟକୁ ବଦଳାଇ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା(ବିଏନ୍‌ଏସ୍‌) ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନ୍‌ଏସ୍‌ଏସ୍‌) ବିଲ୍‌-୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ(ବିଏସ୍‌) ବିଲ୍‌-୨୦୨୩କୁ ଗୃହୀତ କରାଇବାକୁ ସରକାର ଚାହୁଁଛନ୍ତି। ତେଣୁ ଏହି ବିଲ୍‌କୁ ଏଥର ଗୃହରେ ଉପସ୍ଥାପନ କରାଯିବ। ଏହା ବ୍ୟତୀତ ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟ କମିଶନରଙ୍କ ନିଯୁକ୍ତି ପାଇଁ ବିଲ୍‌ ମଧ୍ୟ ସଂସଦରେ ଅନୁମୋଦନ ପାଇଁ ଉପସ୍ଥାପନ ହେବ। ଏହି ବିଲ୍‌ ଉପରେ କଂଗ୍ରେସ ସମେତ ଅନେକ ବିରୋଧୀ ଦଳର ଦୃଢ଼ ଆପତ୍ତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri