ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୦ ଆହତ, ୩ ଗୁରୁତର

ଭଞ୍ଜନଗର,୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ସୋମବାର ପୂର୍ବାହ୍ନରେ ଏକ ମିନିବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହେଇଛନ୍ତି। ଆହତମାନେ ଭଞ୍ଜନଗର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସେଥିମଧ୍ୟରୁ ୩ ଜଣକ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଗୁରୁତରମାନକୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ଖବର ପାଇ ବେଲଗୁଣ୍ଠା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share