Advertisement

ଜଳିଗଲା ଯାତ୍ରୀବାହୀ ବସ୍‌

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତି ପ୍ରାୟ ୯ଟାରେ ଏକ ଘରୋଇ ବସ୍‌ରେ ନିଆଁ ଲାଗି ଜଳି ଯାଇଛି। ଶଟ୍‌ସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ବସ୍‌ଟି ଜୟପୁରରୁ ରାଉରକେଲା ଯାଉଥିଲା। ଖବର ପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ସେହିପରି ଜୁନାଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share