ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

କାଠମାଣ୍ଡୁ,୧୫ା୧: ରବିବାର ନେପାଳର ପୋଖରାଠାରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୭୨ ଜଣ ଯାତ୍ରୀ ଥିବା କୁହାଯାଉଛି।

ୟେଟି ଏୟାରଲାଇନ୍ସ ଏଟିଆର-୭୨ ବିମାନଟି ରବିବାର ସକାଳେ କାଠମାଣ୍ଡୁରୁ ପୋଖରା ଅଭିମୁଖେ ଯାତ୍ରା କରିଥିଲା, କିନ୍ତୁ ବିମାନଟି କାସ୍କି ଜିଲାର ପୋଖରାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି କାରଣରୁ ବିମାନ ବନ୍ଦର ବର୍ତ୍ତମାନ ପର୍ଯ୍ୟନ୍ତ ବନ୍ଦ ରହିଛି। ଦୁର୍ଘଟଣା ସମୟରେ ୟେଟି ଏୟାରଲାଇନ୍ସର ବିମାନରେ ୬୮ ଜଣ ଯାତ୍ରୀଙ୍କ ସମେତ ୪ ଜଣ କ୍ରୁ ସଦସ୍ୟ ଥିଲେ।

ୟେଟି ଏୟାରଲାଇନ୍ସର ମୁଖପାତ୍ର ସୁଦର୍ଶନ ବାରତୌଲା କହିଛନ୍ତି, ଏହି ବିମାନରେ ମୋଟ ୬୮ ଜଣ ଯାତ୍ରୀ ଏବଂ ୪ ଜଣ କ୍ରୁ ସଦସ୍ୟ ଥିଲେ। ବିମାନଟି ପୁରୁଣା ବିମାନବନ୍ଦର ଏବଂ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣା ସହ ଜଡ଼ିତ କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଳୁଥିବା ବିମାନରୁ ଧୂଆଁ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜିପି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

୨୦୨୮ରେ ଟ୍ରମ୍ପ-ଓବାମାଙ୍କ ମଧ୍ୟରେ ହେବ ମହାମୁକାବିଲା? ଆମେରିକା ରାଜନୀତିରେ ହଇଚଇ

ଓ୍ବାଶିଂଟନ୍‌,୧।୪: ନିକଟରେ ଆମେରିକୀୟ ରାଜନୀତିରେ ଏକ ନୂଆ ବିତର୍କ ଆରମ୍ଭ ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ବାରାକ ଓବାମା 2028 ରେ ମୁହାଁମୁହିଁ ହେବେ କି?...

ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଗ୍ରାହକ ସାଜି ରାଣୀ ମହୁମାଛିଙ୍କ ସମେତ ୫ ଜଣଙ୍କୁ ଧରିଲା ପୋଲିସ

ରାଉରକେଲା,୧ା୪: ସୁନ୍ଦରଗଡ଼ ଜିଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ମଙ୍ଗଳବାର ଏକ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଣୀ ମହୁମାଛିଙ୍କ ସମେତ ୫ ଦେହଜୀବୀଙ୍କୁ...

ଭଡ଼ା ଘରେ ରହୁଛନ୍ତି ବାପା-ମା’: ଆଇପିଏଲରେ ଚମତ୍କାର କଲେ ପୁଅ

ନୂଆଦିଲ୍ଲୀ,୧।୪: ପ୍ରିୟାଂଶ ଆର୍ଯ୍ୟା ଆଇପିଏଲରେ ଡେବ୍ୟୁ କରିଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ଖେଳାଳି ଦ୍ରୁତ ୪୭ ରନ କରି ପଞ୍ଜାବ କିଙ୍ଗସକୁ ଏକ...

IPL 2025: ରୋହିତ ଶର୍ମାଙ୍କୁ ଇଗନୋର କଲେ ନୀତା ଅମ୍ବାନୀ, ସୋସିଆଲ ମିଡିଆରେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୪: ରୋହିତ ଶର୍ମାଙ୍କ ପାଇଁ ଆଇପିଏଲ ୨୦୨୫ କିଛି ଖାସ୍‌ ହୋଇନାହିଁ। ପ୍ରଥମ ତିନୋଟି ମ୍ୟାଚରେ ହିଟମ୍ୟାନଙ୍କ ପ୍ରଦର୍ଶନ ବହୁତ ଲଜ୍ଜାଜନକ ଥିଲା। ଏହି କାରଣରୁ...

ଭାରତରେ ହେବ ଭୟଙ୍କର ଭୂକମ୍ପ? ଡରାଉଛି IIT ବୈଜ୍ଞାନିକଙ୍କ ଚେତାବନୀ

କାନପୁର,୧।୪: ଶୁକ୍ରବାର (ମାର୍ଚ୍ଚ ୨୮) ଅପରାହ୍ନରେ ମ୍ୟାନମାରରେ ୭.୭ ଏବଂ ୬.୪ ତୀବ୍ରତାର ଦୁଇଟି ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପ ଯୋଗୁଁ ମ୍ୟାନମାରରେ...

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image