Posted inଜାତୀୟ

ନୀତୀଶ ସରକାରଙ୍କୁ ପାଟନା ହାଇକୋର୍ଟଙ୍କ ଝଟ୍‌କା

ପାଟନା,୨୦ା୬: ପାଟନା ହାଇକୋର୍ଟ ନୀତୀଶ ସରକାରଙ୍କୁ ଏକ ଝଟ୍‌କା ଦେଇଛନ୍ତି। ଇବିସି, ଏସ୍‌ସି, ଏବଂ ଏସ୍‌ଟି ପାଇଁ ୬୫% ସଂରକ୍ଷଣକୁ ରଦ୍ଦ କରିଦିଆଯାଇଛି। ପାଟନା ହାଇକୋର୍ଟ ବିହାର ସଂରକ୍ଷଣ ସମ୍ବନ୍ଧୀୟ ଆଇନକୁ ବାତିଲ କରିଛନ୍ତି। ବିହାର ସରକାର ପଛୁଆ ବର୍ଗ, ଅତ୍ୟଧିକ ପଛୁଆ ବର୍ଗ, ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷଣକୁ ୫୦%ରୁ ୬୫%କୁ ବୃଦ୍ଧି କରିଥିଲେ। ଯାହାକୁ ହାଇକୋର୍ଟ ବାତିଲ କରିଛନ୍ତି।

ଏହି ମାମଲାରେ ପାଟନା ହାଇକୋର୍ଟ ଗୌରବ କୁମାର ଏବଂ ଅନ୍ୟମାନଙ୍କ ଦ୍ୱାରା ଦାଖଲ ହୋଇଥିବା ପିଟିଶନର ଶୁଣାଣି କରିଥିଲେ। ଶୁଣାଣି ପରେ ହାଇକୋର୍ଟ ଏହି ନିଷ୍ପତ୍ତି ୧୧ ମାର୍ଚ୍ଚ ୨୦୨୪ ପାଇଁ ସଂରକ୍ଷିତ ରଖିଥିଲେ ଯାହା ଗୁରୁବାର ଘୋଷଣା କରାଯାଇଛି। ପ୍ରଧାନ ବିଚାରପତି କେ.ଭି ଚନ୍ଦ୍ରନଙ୍କ ଡିଭିଜନ ବେଞ୍ଚ ଗୌରବ କୁମାର ଏବଂ ଅନ୍ୟମାନଙ୍କ ଆବେଦନ ଉପରେ ଦୀର୍ଘଦିନ ଧରି ଶୁଣାଣି କରିଥିଲେ। ଆଡ୍‌ଭୋକେଟ ଜେନେରାଲ ପି.କେ ଶାହି ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି ବାଢ଼ିଥିଲେ। ଏହି ଶ୍ରେଣୀର ପର୍ଯ୍ୟାପ୍ତ ପ୍ରତିନିଧିତ୍ୱ ଅଭାବରୁ ରାଜ୍ୟ ସରକାର ଏହି ସଂରକ୍ଷଣ ପ୍ରଦାନ କରିଛନ୍ତି ବୋଲି ସେ କୋର୍ଟଙ୍କୁ କହିଛନ୍ତି। ଆନୁପାତିକ ଭିତ୍ତିରେ ରାଜ୍ୟ ସରକାର ଏହି ସଂରକ୍ଷଣ ପ୍ରଦାନ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri