ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୨୦୨୩ ଫେବୃଆରୀ ୮ରେ ହୋଇଥିବା ଇସ୍ପାତ ଶ୍ରମିକ ସ୍ବାର୍ଥ ବିରୋଧୀ ବୋନସ ଚୁକ୍ତିନାମା ପ୍ରତ୍ୟାହାର ତଥା ଇସ୍ପାତ ଶ୍ରମିକଙ୍କୁ ଚଳିତ ପୂଜା ବୋନସ୍‌ ୪୦ହଜାର ୫ଶହ ଟଙ୍କାରୁ ଅଧିକ ଓ ଠିକା ଶ୍ରମିକଙ୍କୁ ୨୦ ପ୍ରତିଶତ ବୋନସ୍‌, ସଫଳ ଏନ୍‌ଜେସିଏସ୍‌ ଚୁକ୍ତିନାମା ଆଦି ଦାବିରେ ଉକ୍ତ ବିକ୍ଷୋଭ କରାଯାଇଥିଲା।

ଏହି ଅବସରରେ ସାଧାରଣ ସମ୍ପାଦକ ବସନ୍ତ ନାୟକ କହିଥିଲେ, ସେଲ୍‌ କର୍ତ୍ତୃପକ୍ଷ ମୁନାଫା କମାଇଛନ୍ତି। ବାରମ୍ବାର ଦାବି କରାଯାଇଥିବା ସତ୍ତ୍ୱେ ଗତବର୍ଷ ସ୍ଥାୟୀ କର୍ମଚାରୀମାନଙ୍କୁ ମାତ୍ର ୨୩ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଚଳିତ ଥର ସିଟୁ ବୋନସ୍‌ ଦାବି କରିବା ପରେ ସେଲ୍‌ କର୍ତ୍ତୃପକ୍ଷ ଅକ୍ଟୋବର ୧ ତାରିଖରେ ବୈଠକ ପାଇଁ ଟ୍ରେଡ୍‌ ୟୁନିୟନମାନଙ୍କୁ ଡାକିଛନ୍ତି। ତେବେ ଏଥରକ ୪୦ହଜାର ୫ଶହ ଟଙ୍କାରୁ ଊର୍ଦ୍ଧ୍ୱ ବୋନସ୍‌ ପ୍ରଦାନ ସହ ଏକ ସଫଳ ଏନ୍‌ଜେସିଏସ୍‌ ଚୁକ୍ତିନାମା କରାଯାଉ ବୋଲି ନାୟକ କହିଥିଲେ।

ବିକ୍ଷୋଭରେ ବିମାନ ମାଇତି, ଶ୍ରୀମନ୍ତ ବେହେରା, ରତ୍ନାକର ନାୟକ, ବି. ପି. ମହାପାତ୍ର, ରାଜକିଶୋର ପ୍ରଧାନ, ଯଜ୍ଞେଶ୍ୱର ସାହୁ, ଲକ୍ଷ୍ମୀଧର ନାୟକ, ଅଜୟ ଶର୍ମା, ଜୀବନ ବରିହା, ଦିବାକର ମହାରଣା ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ। ଜେ.କେ. ସାହୁ, ସଂଗ୍ରାମ ସାମଲ, ସଞ୍ଜୟ ନାୟକ, କୈଳାଶ ଦାସ, ସୁଦର୍ଶନ ଜେନା, ପ୍ରଭାତ ମହାନ୍ତି, ବିଶ୍ୱଜିତ ମାଝୀ, ବିଶ୍ୱରଞ୍ଜନ ମଲ୍ଲିକ, ପିତାମ୍ବର ବେହେରା, ପି. କେ. ଷଡଙ୍ଗୀ, ଶିବରାମ ବେହେରା, ଅକ୍ଷୟ ରାଉତ, ବୁବୁନ ମାଇତି, ସୁରେନ୍ଦ୍ର ବେହେରା, ଋଷି ଜେନା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri