Posted inଖେଳ

ପିବି ଆଥ୍‌ଲେଟିକ କୋଚିଂ ସେଣ୍ଟର ଚାମ୍ପିୟନ

ଭୁବନେଶ୍ୱର,୧୦ା୬ (ସ୍ପୋଟର୍‌ସ ବ୍ୟୁରୋ)
କଟକ ଜିଲା କ୍ରୀଡ଼ା ସଂସଦ ଆନୁକୂଲ୍ୟରେ ଦୁଇ ଦିନ ଧରି କଟକସ୍ଥିତ ସତ୍ୟବ୍ରତ ଷ୍ଟାଡିୟମରେ କଟକ ଜିଲା ବାର୍ଷିକ ଆଥ୍‌ଲେଟିକ ମିଟ୍‌ ଅନୁଷ୍ଠିତ ହୋଯାଇଛି। ଏଥିରେ କଟକ ଜିଲା କ୍ରୀଡ଼ା ସଂସଦ ଦ୍ୱାରା ଅନୁବନ୍ଧିତ ସମସ୍ତ ସ୍କୁଲ, କଲେଜ ଓ କ୍ଲବଗୁଡ଼ିକରୁ ପ୍ରାୟ ୮୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏଥିରୁ ଯୋଗ୍ୟ ବିବେଚିତ ଆଥ୍‌ଲେଟ ଭୁବନେଶ୍ୱରସ୍ଥିତ କିଟ୍‌ ଆଥ୍‌ଲେଟିକ୍‌ ଷ୍ଟାଡିୟମରେ ଚଳିତ ମାସ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବାକୁଥିବା ରାଜ୍ୟସ୍ତରୀୟ ବାର୍ଷିକ କ୍ରୀଡ଼ାରେ ଜିଲା ତରଫରୁ ପ୍ରତିନିଧିତ୍ୱ କରିବାର ସୁଯୋଗ ପାଇବେ। କଟକ ପୂର୍ବର ପି.ବି. ଆଥ୍‌ଲେଟିକ କୋଚିଂ ସେଣ୍ଟର କ୍ରମାଗତ ୯ମ ବର୍ଷ ଓଭରଅଲ ଚାମ୍ପିୟନ ହୋଇଛି। ଶୁକ୍ରବାର ଉଦ୍‌ଯାପନୀ ଉତ୍ସବରେ ସିଏମ୍‌ସି ମେୟର ସୁବାସ ଚନ୍ଦ୍ର ସିଂ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ସଂସଦ ସମ୍ପାଦକ ଆଶୀର୍ବାଦ ବେହେରା, ଉପସଭାପତି ରମେଶ ଚନ୍ଦ୍ର ମଲିକ, ଯୁଗ୍ମ ସମ୍ପାଦକ ନବ କିଶୋର ମିଶ୍ର, କୋଷାଧ୍ୟକ୍ଷ ଦିନେଶ୍ୱର ପ୍ରସାଦ ଭଗତ ଏବଂ ବିଭାଗୀୟ ସମ୍ପାଦକ (ଆଥଲେଟିକ୍ସ) ବିମଲ ଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri