ରାସ୍ତାରେ ବସି ଗୀତ ଗାଇଲେ ପିସିସି ସଭାପତି ଭକ୍ତ

ଭୁବନେଶ୍ୱର, ୯ା୩(ସୁନିତ୍‌ ମିଶ୍ର): ରାଜ୍ୟରେ ମହିଳାଙ୍କ ବିରୋଧରେ ଅତ୍ୟାଚାର ବଢୁଥିବା ଅଭିଯୋଗ ନେଇ ଭାଜପା ସରକାର ବିରୋଧରେ ବିଧାନସଭା ଭିତରେ ଏବଂ ବାହାରେ କଂଗ୍ରେସ ବିକ୍ଷୋଭ ଓ ପ୍ରତିବାଦ ଜାରି ରଖିଛି। ସେହି କ୍ରମରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଶନିବାର ମାଷ୍ଟରକ୍ୟାଣ୍ଟିନ ଛକଠାରେ ଆୟୋଜିତ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ ନେତାମାନେ ପ୍ରବଳ ବର୍ଷିଛନ୍ତି। ପୁଣି ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଛାତ୍ର କଂଗ୍ରେସ କର୍ମୀମାନେ ମହିଳାଙ୍କ ସୁରକ୍ଷା ଦାବିରେ ଏକ ମଶାଲ ରାଲି କରିଥିଲେ ।

କଂଗ୍ରେସ କର୍ମୀମାନେ ସାରେ କଂଗ୍ରେସ ଭବନରୁ ବାହାରି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ପର୍ଯ୍ୟନ୍ତ ଯାଇଥିବା ବେଳେ ଯେଉଁଠି ପୋଲିସ ଅଟକାଇଥିଲା ସେଠାରେ ରାସ୍ତାରେ ବସିଥିଲେ। ଏହି ଅବସରରେ ପିସିସି ସଭାପତି ବିପ୍ଲବୀ ଗୀତ ଗାନକରି କଂଗ୍ରେସ କର୍ମୀଙ୍କୁ ଉଦ୍‌ବୁଦ୍ଧ କରିବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସ କାର୍ଯ୍ୟକ୍ରମ ଅବସରରେ ଭକ୍ତ କହିଛନ୍ତି, ଡବଲ ଇଞ୍ଜିନ ସରକାରରେ ଓଡ଼ିଶାର ମହିଳା ଉପେକ୍ଷିତ ଓ ନିର୍ଯାତିତ। ମହିଳାମାନଙ୍କୁ ସୁରକ୍ଷା ଦେବା ଓ ସ୍ବାବଲମ୍ବୀ କରିବାର ପ୍ରତିଶ୍ରୁତି ଦେଇ ଭାଜପା କ୍ଷମତାସୀନ ହେଲା। ମାତ୍ର କ୍ଷମତାପ୍ରାପ୍ତ ହେଲାପରେ ମହିଳାଙ୍କୁ ଏବେ ପ୍ରତାରିତ କରୁଛି। ଏଠି ନରେନ୍ଦ୍ର-ମୋହନ ସରକାରରେ ମହିଳା ଅତ୍ୟାଚାର ସୀମାଲଂଘନ କଲାଣି। ମାତ୍ର ସରକାର ନିଷ୍କ୍ରିୟ ଓ ନିଦାବିଷ୍ଣୁ ସାଜି ବସିଛନ୍ତି। ପୂର୍ବ ସରକାର ସମୟରେ ଭାଜପା ପକ୍ଷରୁ ମହିଳା ଅତ୍ୟାଚାର ପ୍ରସଙ୍ଗରେ ରାସ୍ତାରେ ଚିତ୍କାର କରାଯାଉଥିଲା। କିନ୍ତୁ କ୍ଷମତାସୀନ ହେଲା ପରେ ମହିଳାଙ୍କ ନିର୍ଯାତନା ପ୍ରସଙ୍ଗକୁ ଭାଜପା ଅଣଦେଖା କରୁଛି। ପ୍ରତିଦିନ ମହିଳାଙ୍କ ଉପରେ ଅକଥନୀୟ ଅତ୍ୟାଚାର ବଢ଼ିଚାଲିଛି। ମୋହନ ସରକାରର ୮ ମାସ ଭିତରେ ୧୬ ଶହ ମହିଳା ଅତ୍ୟାଚାରିତ ହୋଇଥିବାର ମାମଲା ଦାଏର ହୋଇଥିବା ବେଳେ ଅନେକ ହଜାର ମହିଳା ଅତ୍ୟାଚାର ଘଟଣା ଅନ୍ଧକାରରେ ଲୁଚିଯାଉଛି ବୋଲି ଭକ୍ତ କହିଛନ୍ତି। ସେହିଭଳି କଂଗ୍ରେସର ଅନ୍ୟ ନେତାମାନେ ମଧ୍ୟ ନିଜ ଅଭିଭାଷଣରେ ମହିଳା ନିର୍ଯାତନା ପ୍ରସଙ୍ଗ ଉଠାଇ ସରକାରକୁ ଟାର୍ଗେଟ କରିଛନ୍ତି। ମହିଳାଙ୍କୁ ନ୍ୟାୟ ଦେବା ପାଇଁ କଂଗ୍ରେସ ଦୁର୍ବାର ଆନ୍ଦୋଳନ କରିବ। ପ୍ରତି ଜିଲାରେ କଂଗ୍ରେସ ପକ୍ଷରୁ ଆସନ୍ତା ୧୦ ତାରିଖରେ ମହିଳା ଅତ୍ୟାଚାର ପ୍ରସଙ୍ଗରେ ହେଉଥିବା ଆନ୍ଦୋଳନରେ ବିପୁଳ ସଂଖ୍ୟାରେ ଯୋଗଦେବାକୁ ପିସିସି ସଭାପତି ନିବେଦନ କରିଛନ୍ତି। କଂଗ୍ରେସ ପକ୍ଷରୁ ଆୟୋଜିତ ମହିଳା ଦିବସରେ ପୂର୍ବତନ ମହିଳା କଂଗ୍ରେସ ଅଧ୍ୟକ୍ଷା ମୀନାକ୍ଷୀ ବାହିନୀପତି ଅଧ୍ୟକ୍ଷତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri