ବନ୍ୟାଞ୍ଚଳ ଅନୁଧ୍ୟାନ କରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ରାଜ୍ୟ କଂଗ୍ରେସ ବନ୍ୟା ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କରିବେ। ୨୩ ତାରିଖ ସୁଦ୍ଧା ବନ୍ୟାଞ୍ଚଳ ଅନୁଧ୍ୟାନ କରି ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ବରିଷ୍ଠ ନେତା ପଞ୍ଚାନନ କାନୁନଗୋଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟସ୍ତରୀୟ କମିଟି ବନ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି କ୍ଷୟକ୍ଷତି ଆକଳନ କରିବା ସହ ଲୋକଙ୍କ ସମସ୍ୟା ସମ୍ପର୍କରେ ଅବଗତ କରାଇବେ ବୋଲି ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି।

Share