Posted inଫୁରସତ

ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଅପରିହାର୍ଯ୍ୟ

ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଦ୍ୱାରା ସମ୍ପର୍କ ଦୃଢ଼ ହୁଏ। ଫଳରେ ନକାରାତ୍ମକ ଚିନ୍ତାଧାରା ଦୂର ହୋଇ ବିକାଶର ମାର୍ଗ ପ୍ରଶସ୍ତ ହୋଇଥାଏ। ଏହା ପରିବାର-ପରିବାର, ସମାଜ-ସମାଜ, ରାଜ୍ୟ-ରାଜ୍ୟ ତଥା ଦେଶ-ଦେଶ ପାଇଁ ଲାଗୁ ହୋଇପାରେ। ସେହିପରି ଶାନ୍ତି ଆସିବାର ମୁଖ୍ୟ ମାଧ୍ୟମ ହେଉଛି ଅହିଂସା। ଅତି ପ୍ରାଚୀନକାଳରୁ ପୃଥିବୀର ବିଭିନ୍ନ ସଭ୍ୟତା ଅହିଂସା ସମ୍ପର୍କରେ ଭଲଭାବେ ଅବଗତ ଥିଲେ। ଅହିଂସା ମାଧ୍ୟମରେ ଶାନ୍ତି ପ୍ରତିଷ୍ଠା ଦୀର୍ଘସ୍ଥାୟୀ ବୋଲି ମଧ୍ୟ ମାନବ ସମାଜକୁ ଭଲଭାବେ ଜଣାଥିଲା। ଶାନ୍ତି, ପ୍ରେମ ଦ୍ୱାରା ହୃଦୟକୁ ଜୟ କରି ହୋଇଥିବା ବିଜୟ ହିଁ ପ୍ରକୃତ ମାନବିକତାକୁ ପ୍ରତିପାଦିତ କରିପାରିଥାଏ।

ଶାନ୍ତିପୂର୍ଣ୍ଣ ସହାବସ୍ଥାନରେ ବସୁଧୈବ କୁଟୁମ୍ବକମ୍‌ ଲକ୍ଷ୍ୟ ସମ୍ଭବ। ପୃଥିବୀରେ ମତଭେଦ, ଯୁଦ୍ଧ, ଆତଙ୍କବାଦ ଦୂର ହୋଇ ଗୋଟିଏ ବୃହତ୍‌ ପରିବାର ଗଠନର ପରିକଳ୍ପନା ବାସ୍ତବ ରୂପ ନେଇପାରିବ। ଏହାକୁ ହୃଦୟଙ୍ଗମ କରି ମିଳିତ ଜାତିସଂଘ ସାଧାରଣ ସଭା ଦ୍ୱାରା ୧୯୮୧ରେ ଶାନ୍ତି ଓ ଅହିଂସା ଦିବସ ପାଳନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହାର ଦୁଇ ଦଶନ୍ଧି ପରେ, ୨୦୦୧ରେ ସର୍ବସମ୍ମତିକ୍ରମେ ସେପ୍ଟେମ୍ବର ୨୧କୁ ଅନ୍ତର୍ଜାତୀୟ ଶାନ୍ତି ଦିବସ ଭାବେ ପାଳନ କରିବାକୁ ସ୍ବୀକୃତି ପ୍ରଦାନ କରାଯାଇଥିଲା। ସେବେଠାରୁ ପ୍ରତିବର୍ଷ ଏହି ଦିନ ଶାନ୍ତି ଏବଂ ଅହିଂସା ସମ୍ପର୍କରେ ବିଶ୍ୱବ୍ୟାପୀ ସଚେତନତା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି, ଯାହାଦ୍ୱାରା ପୃଥିବୀ ଯୁଦ୍ଧଠାରୁ ଦୂରେଇ ଆସିବ ଏବଂ ବିଭିନ୍ନ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ସମ୍ଭବ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍‌ଫି ନେଉଛନ୍ତି କି? ସାବଧାନ! ଖାଲି ହୋଇଯିବ ଆକାଉଣ୍ଟ, ଜାଣନ୍ତୁ କେମିତି…

ସାଇବର ଠକେଇର ନୂଆନୂଆ ମାମଲା ପ୍ରତିଦିନ ସାମ୍ନାକୁ ଆସୁଛି। ଏପରିକି ଲୋକଙ୍କ ଆଜୀବନ ରୋଜଗାର ମଧ୍ୟ ଲୁଟ୍‌ ହେଉଛି। ସାଇବର ଅପରାଧୀମାନେ ନୂଆ ଫର୍ମୂଲା ପକାଇ...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

‘ଜୀବନର ଜଳପଥ’

ନଦୀ ପ୍ରାକୃତିକ ଭାବେ ମଧୁର ଜଳକୁ ପ୍ରବାହ କରିଥାଏ। ଏହା ପାହାଡ଼, ପର୍ବତ କିମ୍ବା ହିମବାହରୁ ଉତ୍ପତ୍ତି ଲାଭକରି ସାଗର, ମହାସାଗର, ହ୍ରଦ କିମ୍ବା ଅନ୍ୟ...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ଏତେ ଲମ୍ବା ଗୋଡ଼ !

ଟେକ୍ସାସ୍‌, ସେଦାର ପାର୍କର ୧୭ ବର୍ଷୀୟା ମ୍ୟାକି କୁରାନ। ତାଙ୍କୁ ଦେଖିଲେ ଲାଗିବ ସତେ ଯେମିତି ସେ ଏକ ଲମ୍ବା ବାଉଁଶ। କାରଣ ଏଇ ବୟସରେ...

ସୁନାଚେନ୍‌ର କେଶ

ଆଜିକାଲି ନାନା ପ୍ରକାରର ହେୟାର ଷ୍ଟାଇଲ ଲୋକେ କରୁଛନ୍ତି। ଖାସ୍‌କରି ସେଲିବ୍ରିଟି ଯେଉଁଭଳି ହେୟାରଷ୍ଟାଇଲ କରନ୍ତି ସାଧାରଣ ଲୋକେ ତାକୁ ଅନୁକରଣ କରନ୍ତି। ମେକ୍ସିକୋର ର଼୍ୟାପର୍‌...

ଘର କାମ କରିବ ଏହି ରୋବୋ

ଘର କାମ ପାଇଁ ଆଜିକାଲି ପ୍ରାୟ ସମସ୍ତେ ଚାକର ଚାକରାଣୀ ରଖୁଛନ୍ତି। ହେଲେ ସେମାନେ ସବୁ ସମୟରେ ମନ ଦେଇ କାମ କରି ନ ଥାଆନ୍ତି...

ବ୍ଲୁ ଟୁଥ୍‌ ନାମ କାହିଁକି ହେଲା

ବ୍ଲୁଟୁଥ୍‌ ଏକ ଓ୍ବେରଲେସ୍‌ ଟେକ୍ନୋଲୋଜି। ଯାହାକି ସାରା ପୃଥିବୀରେ ବେଶ୍‌ ଲୋକପ୍ରିୟ। ତେବେ ଜାଣନ୍ତିକି କମ୍‌ ରେଞ୍ଜରେ ଥିବା ଡିଭାଇସ୍‌କୁ ଯୋଡ଼ିବା ଲାଗି ବ୍ୟବହାର କରାଯାଉଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri