ଓ୍ବାଶିଂଟନ,୨୭ା୫: ଆମେରିକାର ପେନ୍ସିଲଭାନିଆର ଏକ ଘରେ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପେନ୍ସିଲଭାନିଆର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏହି ଶକ୍ତିଶାଳୀ ବିସ୍ଫୋରଣ ଘଟିଛି।
ତେବେ ବିସ୍ଫୋରଣର କାରଣ ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ମୃତକଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ଦେଇ ନ ଥିବା ବେଳେ ବର୍ତ୍ତମାନ ଏହାର ତଦନ୍ତ ଚାଲିଥିବା ଜଣାପଡ଼ିଛି।