Posted inରାଜ୍ୟ

ମନଇଛା କାଟିପାରିବେନି ତାଳଗଛ; ନେବାକୁ ପଡ଼ିବ ସରକାରଙ୍କ ଅନୁମତି

ଭୁବନେଶ୍ୱର, ୧।୭: ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ବନ ବିଭାଗର ଅନୁମତି ନ ନେଇ ଲୋକେ ତାଳଗଛ କାଟିପାରିବେନି ।

ଗତ ଏପ୍ରିଲ ମାସରେ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଥିଲେ। ବଜ୍ରପାତଜନିତ ମୃତ୍ୟୁକୁ ହ୍ରାସ କରିବାକୁ ରାଜ୍ୟରେ ବହୁ ପରିମାଣରେ ତାଳଗଛ ଲଗାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଗ୍ରାମାଞ୍ଚଳରେ ବହୁ ପରିମାଣରେ ତାଳଗଛ ଲଗାଇବାକୁ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ସତ୍ୟବ୍ରତ ସାହୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ଏବଂ କୃଷି ଓ ସଶକ୍ତୀକରଣ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ପୂର୍ବରୁ ରାଜ୍ୟର ଗ୍ରାମାଞ୍ଚଳରେ ବହୁ ପରିମାଣର ତାଳଗଛ ଥିଲା। ଏହା ବଜ୍ରପାତଜନିତ ମୃତ୍ୟୁକୁ ରୋକିବାରେ ସହାୟକ ହେଉଥିଲା। ସହରୀକରଣ ଯୋଗୁ ସମୟ କ୍ରମେ ତାଳଗଛ ଲୋପ ପାଇଯିବାରୁ ବଜ୍ରପାତ ସିଧା ଭୂମିରେ ପଡୁଛି। ଯଦ୍ଦ୍ବାରା ବିଲବାଡ଼ିରେ କାମ କରୁଥିବା କୃଷକ ଓ ଶ୍ରମିକମାନେ ଏହାର ଶିକାର ହେଉଛନ୍ତି। ବିଶେଷ କରି ମଧ୍ୟାହ୍ନ ଓ ସନ୍ଧ୍ୟା ସମୟରେ ବଜ୍ରପାତ ଯୋଗୁ ଅନେକ ଲୋକ ମୃତାହତ ହେଉଛନ୍ତି। ବଜ୍ରପାତ ମୁଖ୍ୟତଃ ଡେଙ୍ଗା ଗଛ ଯଥା ତାଳ ଓ ନଡିଆ ଗଛ ଉପରେ ହୋଇଥାଏ। ପୂର୍ବରୁ ତାଳଗଛ ଯେ କେବଳ ବଜ୍ରପାତରୁ ରକ୍ଷା କରୁ ନ ଥିଲା ବରଂ ଏହାର ଫଳକୁ ଖାଦ୍ୟ ଓ ପାନୀୟ ଆକାରରେ ବ୍ୟବହାର କରାଯାଉଥିଲା। ତାଳଗଛର ବାହୁଙ୍ଗାକୁ ଛପର ଓ ଟୋକେଇ ତିଆରିରେ ବ୍ୟବହୃତ କରାଯାଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୮ରେ ସମସ୍ତ ରାଜ୍ୟ ଓ ଜାତୀୟ ରାଜପଥ, ଗ୍ରାମାଞ୍ଚଳ, ସଂରକ୍ଷିତ ଜଙ୍ଗଲ ଓ କ୍ଷେତରେ ତାଳଗଛ ଲଗାଇବାକୁ ଜଙ୍ଗଲ ବିଭାଗ ରାଜ୍ୟର ସମସ୍ତ ବନଖଣ୍ଡକୁ ଜଣାଇଥିଲା। ହେଲେ ତାହା ଫଳପ୍ରଦ ହୋଇପାରି ନାହିଁ। ତାଳଗଛ ବଜ୍ରପାତଜନିତ ମୃତ୍ୟୁକୁ ରୋକିବାରେ ଅନେକାଂଶରେ ସହାୟକ ହେବ ବୋଲି ପରିବେଶବିତ୍‌ ମତ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୨ରୁ ବିଧାନସଭା ଅଧିବେଶନ, ୨୫ରେ ବଜେଟ୍‌

ଭୁବନେଶ୍ୱର,୫।୭: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ...

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ...

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧...

ରଥଯାତ୍ରାରେ ପ୍ରବଳ ବର୍ଷା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୫।୭: ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା...

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ...

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ...

ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି

ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି...

ଓଡ଼ିଶା ପାଇଁ ପ୍ରଭାରୀ ନିଯୁକ୍ତ କଲା ଭାଜପା, ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୭: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri