ଲୋକେ ଆତଙ୍କିତ…

ନୂଆଦିଲ୍ଲୀ, ୮।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ପୁଣି ବଢ଼ି ଲକ୍ଷେ ୩୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିିଛି। ଏହା ୧୬ ହଜାର ୧୬୭ ରହିଛି। ଗୋଟିଏ ଦିନ ତଳେ ଏହା ୧୮ ହଜାର ୭୩୮ ଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୪୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୦ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୩୫ ହଜାର ୫୧୦ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୫ ହଜାର ୫୪୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୮ ହଜାର ୫୫୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୭୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୧ ଲକ୍ଷ ୬୧ହଜାର ୮୯୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୪ ଲକ୍ଷ ୯୯ ହଜାର ୬୫୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share