Posted inଜାତୀୟ

ବୋଧହୁଏ ଭୁଲ ସମୟରେ ଜନ୍ମ ହୋଇଛି ଇଭିଏମ୍‌: କାହିଁକି ଏମିତି କହିଲେ ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୬: ଇଭିଏମ ଅର୍ଥାତ୍‌ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ପ୍ରତ୍ୟେକ ନିର୍ବାଚନରେ ବହୁ ଚର୍ଚ୍ଚିତ ହୋଇଥାଏ। ପ୍ରାୟତଃ ବିରୋଧୀ ଦଳର ନେତାମାନେ ଏହାର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଥାନ୍ତି। ଏଥି ସହିତ ନିର୍ବାଚନ ଆୟୋଗଙ୍କୁ ବାରମ୍ବାର ସ୍ପଷ୍ଟୀକରଣ ଦେବାକୁ ପଡେ। ଏବେ ଲୋକ ସଭା ନିର୍ବାଚନର ଫଳାଫଳ ଆସିଛି। ଏହା ସହିତ ଆଚରଣ ସଂହିତା ମଧ୍ୟ ହଟାଇ ଦିଆଯାଇଛି। ଏହି ସମୟରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ହସି ହସି ଇଭିଏମ ଉପରେ ହୋଇଥିବାପ୍ରଶ୍ନରେ ଏମିତି କିଛି କହିଥିଲେ, ଯାହାର ଭିଡିଓ ଭାଇରାଲ ହେଉଛି।

ରାଜୀବ କୁମାର ଥଟ୍ଟା କରି କହିଛନ୍ତି, ବର୍ତ୍ତମାନ ଇଭିଏମକୁ କିଛି ଦିନ ବିଶ୍ରାମ ଦିଅନ୍ତୁ। ତାକୁ ଆଗାମୀ ନିର୍ବାଚନ ପର୍ଯ୍ୟନ୍ତ ବିଶ୍ରାମ ଦିଅନ୍ତୁ। ତା’ପରେ ସେ ବାହାରକୁ ଆସିବ। ବ୍ୟାଟେରୀ ବଦଳିବ, କାଗଜ ବଦଳିବ। ତା’ପରେ ପୁଣି ସେ ଗାଳି ଖାଇବ ଏବଂ ଫଳାଫଳ ସ୍ପଷ୍ଟ ଭାବରେ କହିବ। ବୋଧହୁଏ ସେ ଭୁଲ ସମୟରେ ଜନ୍ମ ହୋଇଥିଲା।
ସେ ଆହୁରି କହିଛନ୍ତି, ଗତ ୨୦-୨୨ ବର୍ଷ ଧରି ଇଭିଏମ ସଠିକ ଫଳାଫଳ ଦେଖାଉଛି। ଏହା ଅତ୍ୟନ୍ତ ବିଶ୍ୱାସଯୋଗ୍ୟ ଏବଂ ସବୁ କ୍ଷେତ୍ରରେ ନିରପେକ୍ଷ କାର୍ଯ୍ୟ କରିଛି।
ଏହାପୂର୍ବରୁ ରାଜୀବ କୁମାର ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ସହ ଜଡିତ ସମସ୍ତ ପ୍ରଶ୍ନ ଏବଂ ଦାବିକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି, ଭୋଟିଂ ମେଶିନ ୧୦୦ ପ୍ରତିଶତ ସୁରକ୍ଷିତ। ଦେଶର ଅଦାଲତ ୪୦ଥର ଇଭିଏମ ସମ୍ବନ୍ଧୀୟ ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ବର୍ତ୍ତମାନ କୋର୍ଟ ମଧ୍ୟ ଜରିମାନା ଆଦାୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri