ପ୍ରକାଶ ପାଇଲା ପିଜି ନାମଲେଖା ପାଇଁ ମେଧା ତାଲିକା

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ପିଜି ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି। ସେପ୍ଟେମ୍ବର ୧୬ ଓ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ତେବେ ଛାତ୍ରୀଛାତ୍ର ୧୯ ତାରିଖ ପର୍ଯ୍ୟନ୍ତ ସ୍ଲାଇଡ ଅପ୍‌ କରିବାକୁ ସୁଯୋଗ ଦିଆଯିବ। ସେହିପରି ସେପ୍ଟେମ୍ବର ୨୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା ପ୍ରକାଶ ପାଇବ ଏବଂ ୨୫ ତାରିଖ ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

Share