୮ ତାରିଖର ପିଜି ପ୍ରବେଶିକା ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଗତ ୩ ତାରିଖରୁ ଆରମ୍ଭ ହୋଇଛି। ତେବେ ୮ ତାରିଖ ସୋମବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ରଥଯାତ୍ରା ପାଇଁ ସରକାର ଛୁଟି ଘୋଷଣା କରିଥିବାରୁ ୮ ତାରିଖରେ ହେବାକୁ ଥିବା ପରୀକ୍ଷା ଆସନ୍ତା ୧୫ ତାରିଖ ଦିନ ଅନୁଷ୍ଠିତ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ପିଜି ନାମଲେଖା ପାଇଁ ମୋଟ ୧୧୨ଟି ଶିକ୍ଷାନୁଷ୍ଠାନ ଥିବା ବେଳେ ୨୮,୯୦୬ଟି ସିଟ୍‌ ରହିଛି। ତେବେ ୨୦୨୪-୨୫ରେ ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ୬୩,୧୮୪ଜଣ ଆବେଦନ କରିଛନ୍ତି। ଏହି ପରୀକ୍ଷାକୁ ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍‌ଏସ୍‌ବି) ସଞ୍ଚାଳନ କରୁଛି। ଚଳିତବର୍ଷ ଓଡ଼ିଆ ବିଶ୍ୱବିଦ୍ୟାଳୟର ଏମ୍‌ଏ ପାଠ୍ୟକ୍ରମ ଓ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଆଚାର୍ଯ୍ୟ (ପିଜି) ପାଠ୍ୟକ୍ରମରେ ନାମଲେଖା ପାଇଁ ମଧ୍ୟ ସିପିଇଟି ପରୀକ୍ଷା କରାଯାଉଛି। ଏହା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। ଏବେ ୧୫ ତାରିଖ ବି ପରୀକ୍ଷା ହେବ। ଦିନକୁ ୩ଟି ଶିଫ୍ଟରେ ପରୀକ୍ଷା ହେଉଛି। ପ୍ରତ୍ୟେକ ଶିଫ୍ଟରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଅତିରିକ୍ତ ୨୦ ମିନିଟ୍‌ ଦିଆଯିବାର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ...

ବିଜେଡି ନେତାଙ୍କୁ ଝଟ୍‌କା: ୨୪ କୋଟି ୨୧ ଲକ୍ଷ ଫାଇନ୍‌ ପକାଇଲେ…

ନୟାଗଡ଼,୬।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri