ଜୁଲାଇ ୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୧୮ା୫(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୪) ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାରଠାରୁ ଆବେଦନ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର ୧୮ତାରିଖ ଅପରାହ୍ନ ୪ଟା ପରେ ଅନ୍‌ଲାଇନ ମାଧ୍ୟମରେ ଫର୍ମ ପୂରଣ କରିପାରିବେ। ୨୭ ତାରିଖ ରାତି ୧୧ଟା ୪୫ ଭିତରେ ଆବେଦନ କରିବାକୁ ପଡ଼ିବ। ଛାତ୍ରୀଛାତ୍ର www.samsodisha.gov.in ୱେବ୍‌ସାଇଟ୍‌ରେ ନାମ ପଞ୍ଜୀକରଣ କରିପାରିବେ। ଶେଷ ଦିନ ରହିଛି। ଜୁନ ୨୨ ପୂର୍ବାହ୍ନ ୧୧ଟାରୁ ୱେବ୍‌ସାଇଟରେ ହଲ ଟିକେଟ ବା ଆଡ୍‌ମିଟ କାର୍ଡ ଉପଲବ୍ଧ ହେବ। ପରୀକ୍ଷା ପରେ ବିଭିନ୍ନ ବିଷୟଭିତ୍ତିକ ରେଜଲ୍ଟ ପ୍ରକାଶ ପାଇବ। ତେବେ କେବେ ରେଜଲ୍ଟ ପ୍ରକାଶ ପାଇବ ସେ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପରବର୍ତ୍ତୀ ସମୟରେ ଜଣାଇଦିଆଯିବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ଅନ୍ୟପକ୍ଷରେ ପ୍ରବେଶିକା ପରୀକ୍ଷା ଆବେଦନ ପାଇଁ ବିଭାଗ ପକ୍ଷରୁ ବିଭିନ୍ନ ସର୍ତ୍ତମୂଳକ ସୂଚନା ପ୍ରଦାନ କରାଯାଇଛି। ଛାତ୍ରୀଛାତ୍ର ନିଶ୍ଚିତ ଭାବରେ ଏକ ୟୁଜିସି ସ୍ବୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରୁ ପାଠ୍ୟକ୍ରମ ଶେଷ କରିଥିବା ଆବଶ୍ୟକ। ଯେଉଁ ପରୀକ୍ଷାର୍ଥୀଙ୍କର ୟୁଜି ପରୀକ୍ଷା ଫଳାଫଳଗୁଡ଼ିକ ଅପେକ୍ଷାରେ ରହିଛି ଅର୍ଥାତ ରେଜଲ୍ଟ ପ୍ରକାଶ ପାଇନାହିଁ, ସେମାନେ ପ୍ରବେଶିକା ପରୀକ୍ଷା ପାଇଁ ସାଧାରଣ ଆବେଦନ ଫର୍ମ(C (CAF) ପୂରଣ କରିବେ। ପରବର୍ତ୍ତୀ ସମୟରେ ପରୀକ୍ଷାର୍ଥୀମାନେ ସେମାନଙ୍କର ମାର୍କ ଅପଲୋଡ୍‌ କରିବେ। ସେହିଭଳି ପୁରୀର ଓଡ଼ିଆ ବିଶ୍ୱବିଦ୍ୟାଳୟ ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ପିଜି ପାଠ୍ୟକ୍ରମକୁ ସାମ୍ସ ଅଧୀନରେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ଦୁଇ ବିଶ୍ୱବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷାବର୍ଷରୁ ନାମଲେଖା ହେବ। ଏଥିସହ ଚଳିତ ଶିକ୍ଷାବର୍ଷରୁ ଏହି ଦୁଇ ବିଶ୍ୱବିଦ୍ୟାଳୟର ପିଜି ପାଠ୍ୟକ୍ରମ ପାଇଁ କୌଣସି ପୃଥକ ପରୀକ୍ଷା କିମ୍ବା ନାମଲେଖା କରାଯିବ ନାହିଁ। ଚଳିତ ଶିକ୍ଷାବର୍ଷରେ ତିନୋଟି ପର୍ଯ୍ୟାୟରେ ପିଜି ନାମଲେଖା ହେବ। ଯୋଗ୍ୟତା ଅନୁଯାୟୀ ଚୟନ ହୋଇଥିବା ଛାତ୍ରୀଛାତ୍ର ନାମଲେଖାଇବେ। ତିନି ପର୍ଯ୍ୟାୟ ନାମଲେଖା ଶେଷ ହେବା ପରେ ସିଟ୍‌ ବଳକା ପଡିଲେ ପରବର୍ତ୍ତୀ ସମୟରେ ସ୍ପଟ୍‌ ନାମଲେଖା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏହିଭଳି ଅନେକ ସୂଚନା ଛାତ୍ରୀଛାତ୍ରଙ୍କ ପାଇଁ ଦିଆଯାଇଛି। ଅଧିକ ବିବରଣୀ ନିମନ୍ତେ ଇ-ନାମଲେଖା ହେଲ୍ପଲାଇନ(ଟୋଲ ଫ୍ରି) ନମ୍ବର ୧୫୫୩୩୫/ ୧୮୦୦୩୪୪୬୭୭୦କୁ ଯୋଗାଯୋଗ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri