ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି ପାଇଁ ରେକର୍ଡ ସଂଖ୍ୟକ ଆବେଦନ ହୋଇଛି। ମୋଟ ୫୩,୭୪୯ ପଦବୀ ପାଇଁ ହେଉଥିବା ଏହି ନିଯୁକ୍ତିର ଆବେଦନ ପ୍ରକ୍ରିୟା ଶନିବାର ଶେଷ ହୋଇଛି। ତେବେ ଏହି ନିଯୁକ୍ତି ପାଇଁ ମୋଟ ୨୪ ଲକ୍ଷ ୭୬ ହଜାର ୩୮୩ ଜଣ ଆବେଦନ କରିଥିବା ନେଇ ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଚତୁର୍ଥ ଶ୍ରେଣୀ ପଦବୀ ପାଇଁ ହେଉଥିବା ଏହି ନିଯୁକ୍ତି ପ୍ରକ୍ରିୟାରେ ଗୋଟିଏ ପଦ ପାଇଁ ୪୬ ଜଣ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ସେହିପରି ଏହି ନିଯୁକ୍ତି ପାଇଁ ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ ପରି ଶିକ୍ଷାଗତ ଯୋଗ୍ୟତା ଥିବା ପ୍ରାର୍ଥୀ ମଧ୍ୟ ବହୁସଂଖ୍ୟାରେ ଆବେଦନ କରିଛନ୍ତି। ସିଭିଲ ସର୍ଭିସ୍‌ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅନେକ ଛାତ୍ରୀଛାତ୍ର ମଧ୍ୟ ଏହି ନିଯୁକ୍ତି ପାଇଁ ଆବେଦନ କରିଛନ୍ତି। ଜୟପୁରସ୍ଥିତ ଗୋପାଲପୁରା ଅଞ୍ଚଳରେ ଥିବା କୋଚିଂ ସେଣ୍ଟର ସାହାଯ୍ୟରେ ସିଭିଲ ସର୍ଭିସ୍‌ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅନେକ ଛାତ୍ରୀଛାତ୍ର ଏହି ନିଯୁକ୍ତିରେ ଆବେଦନ କରିବାର କାରଣ ସମ୍ପର୍କରେ ଏକ ଜାତୀୟ ଗଣମାଧ୍ୟମରେ ନିଜ ମତ ରଖିଛନ୍ତି। ଏମ୍‌.ଏ, ବି.ଇଡି ଶିକ୍ଷାଗତ ଯୋଗ୍ୟତା ଥିବା ସହ ବିଭିନ୍ନ ଆଇଟି କୋର୍ସ କରିଥିବା ଛାତ୍ର କମଲ କିଶୋର କହିଛନ୍ତି, ୨୦୧୮ରୁ ସେ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କୁ ସଫଳତା ମିଳିନାହିଁ। ତେଣୁ ସାମ୍ପ୍ରତିକ ସ୍ଥିତିରେ ବେରୋଜଗାର ରହିବା ଅପେକ୍ଷା ପିଅନ ଭାବେ ଚାକିରି କରିବା ତାଙ୍କ ପାଇଁ ଢେର ଗୁଣା ଭଲ। ବିଜ୍ଞାନରେ ସ୍ନାତକୋତ୍ତର କରିଥିବା ତନୁଜା ଯାଦବ ଏବଂ ଏମ୍‌.ଏ, ବି.ଇଡି ପାଠ୍ୟକ୍ରମ ଶେଷ କରିଥିବା ସୁମିତ୍ରା ଚୌଧୁରୀ ମଧ୍ୟ ସମାନ ମତ ରଖିଛନ୍ତି। ଉଭୟେ ରାଜସ୍ଥାନ ପ୍ରଶାସନିକ ସେବା ପାଇଁ ପ୍ରସ୍ତୁତି କରୁଥିଲେ ମଧ୍ୟ ଏହି ସରକାରୀ ନିଯୁକ୍ତି ସୁଯୋଗକୁ ହାତଛଡ଼ା କରିବାକୁ ଚାହିଁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri