ଏମ୍‌ଜିଏମ୍‌ ମିନେରାଲ୍‌ସକୁ ଜନହିତକାରୀ ଉଦ୍ୟୋଗ ଆଓ୍ବାର୍ଡ

ଭୁବନେଶ୍ୱର,୩।୧୦: ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ତଥା ଏମଜିଏମ ମିନେରାଲ୍‌ସ ପ୍ରାଇଭେଟ ଲିମିଟେଡକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ମାସିକ ପତ୍ରିକା ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ର ୧୨ତମ ବାର୍ଷିକ ଉତ୍ସବ ତଥା ଶ୍ରେଷ୍ଠ-୨୦ ଓଡ଼ିଶାର ପ୍ରେରଣାଦାୟୀ ବ୍ୟକ୍ତିତ୍ୱ ସମ୍ମାନ ସମାରୋହରେ ଏମଜିଏମ ମିନେରାଲସକୁ ଜନହିତକାରୀ ଉଦ୍ୟୋଗ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ପଦ୍ମବିଭୂଷଣ ସୁଦର୍ଶନ ସାହୁଙ୍କଠାରୁ ଏମଜିଏମ ମିନେରାଲସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ପଙ୍କଜ ଲୋଚନ ମହାନ୍ତି ଉକ୍ତ ସମ୍ମାନ ଗ୍ରହଣ କରିଥିଲେ। ଅପରପକ୍ଷରେ ବାର୍ଷିକ ଉତ୍ସବର ମୁଖ୍ୟ ଅତିଥି କନ୍ଧମାଳ ଏମପି ଡ.ଅଚ୍ୟୁତ ସାମନ୍ତ ଦି ଇଣ୍ଟରଭ୍ୟୁ ଟାଇମ୍ସର ସଫଳ ଯାତ୍ରାର ଅଭିଯାନକୁ ଭୂୟସୀ ପ୍ରଶଂସା କରିବା ସହ ସମାଜର ପ୍ରଗତି କ୍ଷେତ୍ରରେ ଅନନ୍ୟ ପଦକ୍ଷେପ ପାଇଁ ସାଧୁବାଦ ଜଣାଇଥିଲେ। ଏହି ଅବସରରେ ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୦ଜଣ ବ୍ୟକ୍ତିବିଶେଷଙ୍କୁ ସମ୍ମାନଜନକ ‘ଶ୍ରେଷ୍ଠ-୨୦ ଓଡ଼ିଶାର ପ୍ରେରଣାଦାୟୀ ବ୍ୟକ୍ତିତ୍ୱ’ ସମ୍ମାନ ଓ ୭ ଜଣଙ୍କୁ ସ୍ବତନ୍ତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲାବେଳେ ପଦ୍ମବିଭୂଷଣ ସୁଦର୍ଶନ ସାହୁ ଓ ବିଧାୟକ ଅରୁଣ କୁମାର ସାହୁ ସମ୍ବର୍ଦ୍ଧିତ ବ୍ୟକ୍ତିବିଶେଷଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେହିଭଳି ବାର୍ଷିକ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରଶାସିକା ଅନୁ ଗର୍ଗ, ବୀର ବିକ୍ରମ ଯାଦବ, ଦିଲ୍ଲୀପ ରାଉତରାୟଙ୍କ ସମେତ ଓଡ଼ିଶା ଏନସିସି ୟୁନିଟର ନିର୍ଦ୍ଦେଶକ ସାଗର ମହାନ୍ତି, ଆଇସିଏମ୍‌ଆର-ଆରଏମ୍‌ଆରସିର ନିର୍ଦ୍ଦେଶିକା ସଂଘମିତ୍ରା ପତି ଏବଂ ପ୍ରଫେସର କମଳଜିତ୍‌ ସିଂ ପ୍ରମୁଖ ଯୋଗ ଦେଇଥିଲେ। ପ୍ରାଥମିକ ପର୍ଯ୍ୟାୟରେ ଦି ଇଣ୍ଟରଭ୍ୟୁ ଟାଇମ୍ସର ମୁଖ୍ୟ ସମ୍ପାଦକ ଦିବ୍ୟଜିତ୍‌ ସାହୁ ସ୍ବାଗତ ଅଭିଭାଷଣ ପ୍ରଦାନ ସହ ଦି ଇଣ୍ଟରଭ୍ୟୁ ଟାଇମ୍ସ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ‘ଓଡ଼ିଶାରେ ଆଜି ଓ କାଲି’କୁ ନେଇ ଏକ ସ୍ବତନ୍ତ୍ର ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ର ସ୍ବତନ୍ତ୍ର ସଂଖ୍ୟା ଉନ୍ମୋଚିତ କରାଯାଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଦି ଇଣ୍ଟରଭ୍ୟୁ ଟାଇମ୍ସର ଅଧ୍ୟକ୍ଷ ଶୁଭାଶିଷ ଦାସ, ସିଓଓ ଅରୁଣ କୁମାର ମାହାନା, ସିବିଓ ପ୍ରମୋଦ କୁମାର ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri