ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ, ୧୯ ବର୍ଷ ପରେ ଜିତିଲା କଂଗ୍ରେସ

ଚଣ୍ଡିଗଡ଼,୮।୧୦: ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍‌ ବିଜୟୀ ହୋଇଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ ଥିଲେ ବି ଭାଜପା ପ୍ରାର୍ଥୀ ଯୋଗେଶ ବୈରାଗୀଙ୍କୁ ସେ ୬୦୦୦ ଭୋଟରେ ପରାଜିତ କରିଛନ୍ତି। ଏଥିସହ ଦଳ ୧୯ ବର୍ଷ ପରେ ପ୍ରଥମ ଥର ଲାଗି ଏହି ଆସନରେ ଜିତି ଇତିହାସ ରଚିଛି। ଶେଷଥର ଲାଗି ଦଳ ୨୦୦୫ରେ ଜିତିଥିଲା।

ଜିନ୍ଦ ଜିଲା ଅନ୍ତର୍ଗତ ୫ ବିଧାନସଭା ଆସନ ରହିଛି। ସମସ୍ତ ଆସନରେ ପ୍ରାୟ ୬୬.୦୨% ମତଦାନ ହୋଇଥିଲା। ପ୍ରାରମ୍ଭିକ ଟ୍ରେଣ୍ଡ ଆରମ୍ଭ ହେବା ପରଠାରୁ ଭିନେଶ ପଛୁଆ ରହିଥିଲେ। ଅପରପକ୍ଷେ ମୋଟ ଆସନ କଥା ବିଚାରକୁ ନେଲେ ଏଯାବତ ଦଳକୁ ପଛରେ ପକାଇ ଭାଜପା ୪୬ ଆନରେ ଆଗୁଆ ରହିଆସୁଛି।

କହିରଖୁଛୁ, ଭିନେଶ ଏବଂ ବଜରଙ୍ଗ ପୁନିଆ WFI ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଧାରଣା ଦେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ପରେ ଅବସର ନେଇ ଭିନେଶ କଂଗ୍ରେସରେ ହଠାତ ଯୋଗ ଦେବା ପରେ ଦଳ ଜୁଲାନା ଆସନରୁ ତାଙ୍କୁ ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri