Posted inଫୁରସତ

ସମୋସା ପ୍ଲେଟ୍‌ରେ ନ ଦେବାରୁ ମୁଖ୍ୟମନ୍ତ୍ରୀଙ୍କୁ ଫୋନ୍‌

ଛତ୍ରପୁର: ମଧ୍ୟପ୍ରଦେଶର ଜଣେ ଦୋକାନୀ ସମୋସା ପ୍ଲେଟ୍‌ରେ ପରିବେଷଣ ନ କରିବା ଏବଂ ଚାମଚ ନ ଦେବାରୁ ଜଣେ ଗ୍ରାହକ ଉତ୍‌କ୍ଷିପ୍ତ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ହେଲ୍ପଲାଇନକୁ ଫୋନ ଲଗାଇଥିଲେ। ଛତ୍ରପୁର ବସ୍‌ଷ୍ଟାଣ୍ଡରେ ଥିବା ‘ରାକେଶ ସମୋସା’ ନାମକ ଜଳଖିଆ ଦୋକାନ ନାଁରେ ଅଭିଯୋଗ ଦାଏର ଲାଗି ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ କହିଥିଲେ। ଅଭିଯୋଗରେ ଯୁବକ ଜଣକ ଦର୍ଶାଇଛନ୍ତି, ସେ ଜଳଖିଆ ଦୋକାନରୁ ସମୋସା କିଣିଥିଲେ ମଧ୍ୟ ଦୋକାନୀ ତାଙ୍କୁ ପ୍ଲେଟ୍‌ ଓ ଚାମଚରେ ତାହା ପରିବେଷଣ କରିବାକୁ ମନା କରିଦେଇଥିଲେ। ଅଭିଯୋଗକାରୀଙ୍କ ନାମ ବଂଶ ବାହାଦୁର ବୋଲି ଜଣାପଡ଼ିଛି। ଏଠାରେ ସମୋସା ପ୍ୟାକେଟରେ ଦିଆଯାଉଥିବାରୁ ଦୋକାନୀ ପ୍ଲେଟ୍‌ କିମ୍ବା ଚାମଚ ଦେଉନାହାନ୍ତି। ଏହି ସମସ୍ୟାର ଯଥାଶୀଘ୍ର ସମ୍ଭବ ସମାଧାନ କରାଯାଉ ବୋଲି ଯୁବକ ଜଣକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri